ସିଡନୀ ଟେଷ୍ଟ: ଅଷ୍ଟ୍ରେଲିଆ ୧୮୧ରେ ଅଲଆଉଟ୍‌

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ଅନ୍ତିମ ଟେଷ୍ଟ ମ୍ୟାଚ ରୋମାଞ୍ଚକର ସ୍ଥିତି ଆଡକୁ ଅଗ୍ରସର ହେଉଛି। ବୋଲରଙ୍କୁ ସୁହାଉଥିବା ଏହି ପଡ଼ିଆରେ ଘରୋଇ ଅଷ୍ଟ୍ରେଲିଆ ଦଳ ବି ଭାରତୀୟ ବୋଲରଙ୍କୁ ସାମ୍ନା କରିବାରେ ବିଫଳ ହୋଇଛି। ୨ୟ ଦିନରେ ଅଷ୍ଟ୍ରେଲିଆ ଏହାର ପ୍ରଥମ ପାଳିରେ ୧୮୧ ରନ କରି ଅଲଆଉଟ ହୋଇଯାଇଛି। ଫଳରେ ଭାରତ ଏହାର ୨ୟ ପାଳି ବ୍ୟାଟିଂ ଆରମ୍ଭ କରି ବିନା କୌଣସି ଉଇକେଟ ହରାଇ ୩୪ ରନ ସଂଗ୍ରହ କରିଛି।
ଅନ୍ତିମ ଟେଷ୍ଟରେ ଭାରତ ପ୍ରଥମେ ବ୍ୟାଟିଂ କରି ୧୮୫ ରନରେ ଅଲଆଉଟ ହୋଇଯାଇଥିଲା। କୌଣସି ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରି ନ ଥିଲେ। ରୁଷଭ ପନ୍ତ ସର୍ବାଧିକ ୪୦ ରନ କରିଥିବାବେଳେ ଅଷ୍ଟ୍ରେଲିଆ ପକ୍ଷରୁ ସ୍କଟ ବଲାଣ୍ଡ ସର୍ବାଧିକ ୪ ଉଇକେଟ ନେଇଥିବାବେଳେ ମିଚେଲ ଷ୍ଟାର୍କ ୩ଟି ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଅଷ୍ଟ୍ରେଲିଆ ୧୮୧ ରନ କରିବାରେ ସମର୍ଥ ହୋଇଥିଲେ। ବ୍ୟୁ ୱେବଷ୍ଟର ସର୍ବାଧିକ ୫୭ ରନ କରିଥିଲେ। ଭାରତୀୟ ବୋଲର ମହମ୍ମଦ ସିରାଜ ଏବଂ ପ୍ରସିଦ୍ଧ କ୍ରିଷ୍ଣା ୩ଟି ଲେଖାଏ ଉଇକେଟ ନେଇଥିଲେ। ପ୍ରଥମ ଇନିଂସରେ ଭାରତ ୪ ରନରେ ଆଗୁଆ ରହିଛି। ୨ୟ ପାଳିରେ ଭାରତ ବ୍ୟାଟିଂ କରି ବିନା କୌଣସି ଉଇକେଟରେ ୩୪ ରନ ସଂଗ୍ରହ କରିଛି। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଅଷ୍ଟ୍ରେଲିଆ ୨-୧ରେ ଆଗୁଆ ରହିଛି। ସିରିଜ ଡ୍ର ରଖିବାକୁ ହେଲେ ଭାରତକୁ ଶେଷ ମ୍ୟାଚ ଜିତିବାକୁ ହେବ।

  • Related Posts

    ଫୁଟବଲ ପ୍ରତିଯୋଗିତା ଉଦଯାପିତ: ଦେବଗଡ ଚାମ୍ପିଅନ

    ଦେବଗଡ଼:ଦେବଗଡ଼ ଜିଲ୍ଲାର ତି‌ଲେଇବଣି ବ୍ଲକ ବଲଣ୍ଡାଗ୍ରାମରେ ରାଜା ବାସୁଦେବ ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ ଦେବଗଡ ଦଳ ସହିତ ଢୋଲପଡା ଦଳ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ…

    Continue reading
    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି