ସିବିଏସ୍‌ଇର ବଡ଼ ପଦକ୍ଷେପ : ବର୍ଷକୁ ୨ଥର ୧୦ମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର:ଛାତ୍ରୀଛାତ୍ରଙ୍କ ମନରେ ପରୀକ୍ଷା ଚାପ କମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ବଡ଼ ପଦକ୍ଷେପ ନେବାକୁ ଯାଉଛି। ବର୍ଷକୁ ଦୁଇଟି ପର୍ୟ୍ୟାୟରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ସିବିଏସ୍‌ଇ ପକ୍ଷରୁ ବୁଧବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ସିବିଏସ୍‌ଇର ଏହି ନୂତନ ବ୍ୟବସ୍ଥା ୨୦୨୬-୨୭ ଶିକ୍ଷାବର୍ଷରୁ ଏକକାଳୀନ ଲାଗୁ କରାଯିବାର ଯୋଜନା ରହିଛି। ଏହାଦ୍ୱାରା ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ଉତ୍ତମ ପ୍ରଦର୍ଶନ କରିବାକୁ ସୁଯୋଗ ପାଇବେ ଓ ସେମାନଙ୍କ ଦକ୍ଷତାଭିତ୍ତିକ ମୂଲ୍ୟାଙ୍କନ ସମ୍ଭବ ହେବ ବୋଲି କୁହାଯାଇଛି। ଏଥିସହିତ ବିଦେଶରେ ଥିବା ୨୬୦ଟି ସ୍କୁଲ ନିମନ୍ତେ ସିବିଏସ୍‌ଇ ବୈଶ୍ୱିକ ପାଠ୍ୟକ୍ରମ ମଧ୍ୟ ଲାଗୁ କରିବ। ଏହି ନୂତନ ବ୍ୟବସ୍ଥା ଚାପମୁକ୍ତ ଶିକ୍ଷା ପରିବେଶ ସୃଷ୍ଟି ଦିଗରେ ଏକ ପ୍ରମୁଖ ପଦକ୍ଷେପ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷା ମନ୍ତ୍ରାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସିବିଏସ୍‌ଇ, ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି), କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍‌) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନ୍‌ଭିଏସ୍‌)ର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି କେତେକ ପ୍ରସ୍ତାବିତ ଯୋଜନା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ପ୍ରସ୍ତାବିତ ଯୋଜନା ସମ୍ବନ୍ଧରେ ୨୪ ତାରିଖ ସୋମବାର ଜନମତ ଗ୍ରହଣ କରାଯିବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ