ସିଲିଣ୍ଡର ବିସ୍ଫୋରଣ:୩ ମୃତ

ନୂଆଦିଲ୍ଲୀ: ମୁମ୍ବାଇ ନିକଟବର୍ତ୍ତୀ ଭାୟନ୍ଦର ପୂର୍ବ ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଇନ୍ଦ୍ରଲୋକ ପୁଲିସ୍‌ ଷ୍ଟେସନ ନିକଟରେ ଲୋଧା କମ୍ପ୍ଲେକ୍ସ ପଛରେ ଥିବା ଏକ ବେଆଇନ ବସ୍ତିରେ ଅଗ୍ନିକାଣ୍ଡ ଘଟି ସିଲିଣ୍ଡର ବିସ୍ଫୋରଣ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ବସ୍ତି ଅଞ୍ଚଳରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଶୀଘ୍ର ଆଖପାଖ ଘରକୁ ବ୍ୟାପି ଯାଇଥିଲା । ଏହି ସମୟରେ ଘରେ ଗଚ୍ଛିତ ଗ୍ୟାସ ସିଲିଣ୍ଡର ଗୁଡ଼ିକ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ହୋଇ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିଲେ। ବିପଦପୂର୍ଣ୍ଣ ପରିସ୍ଥିତି ସତ୍ତ୍ୱେ, କର୍ମଚାରୀମାନେ ମୋଟ ୨୯ଟି ସିଲିଣ୍ଡରକୁ ସୁରକ୍ଷିତ ଭାବରେ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ସିଲିଣ୍ଡର ବିସ୍ଫୋରଣରେ ଟିଣ ସେଡ୍ କୁଡ଼ିଆ ଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ କିଛି ଯାନବାହନ ଜଳି ପୋଡି ପାଉଁଶ ହୋଇଯାଇଥିଲା। ବର୍ତ୍ତମାନ୍ ପର୍ୟ୍ୟନ୍ତ ନିଆଁ ଲାଗିବାର କାରଣ ଜଣାପଡିନାହିଁ।

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ