ସୁଧୀର ପାତ୍ର ହତ୍ୟା ମାମଲା: ଆଜିଠୁ ଆଉ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ। ଶୁଭମ ଗୌଡ଼ ଓ ଶୁଭମ ନାୟକଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି କୋର୍ଟ। ଆଜି ଦୁଇ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେଇ ପୋଲିସ ଜେରା କରିବ ।

ଗିରଫ ୯ ଜଣଙ୍କ ମଧ୍ୟରୁ ପୂର୍ବରୁ ୭ ଜଣଙ୍କୁ ରିମାଣ୍ଡରେ ନେଇ ପୋଲିସ ତଥ୍ୟ ହାସଲ କରିଥିବା ବେଳେ ଏବେ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଜେରାର ସମ୍ମୁଖୀନ ହେବେ। ଏହାସହ ସୁଧୀରଙ୍କୁ ଅପହରଣ କରିଥିବା ରାସ୍ତାକୁ ନେଇ ରୁଟ୍ ଟ୍ରାକିଂ କରାଯିବ।

ସମ୍ପତ୍ତି କାରବାରକୁ ନେଇ ସୁଧୀରଙ୍କ ପ୍ରତି ବିମୁଖ ଥିଲେ ଝିଆରୀ ନିବେଦିତା ଓ ପୁତୁରା ତୁଷାର। ନିବେଦିତାଙ୍କ ବିବାହ ପ୍ରସ୍ତାବକୁ ନେଇ ହତ୍ୟା କରାଯାଇଥିବା କାରଣକୁ ନିବେଦିତା ରୋକଠୋକ ମନା କରି ଦେଇଥିବା ନେଇ ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।

  • Related Posts

    ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ୩ ଜୀବନ୍ତ ଦଗ୍ଧ

    ଭୁବନେଶ୍ୱର: ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆପାର୍ଟମେଣ୍ଟ ର ପ୍ୟାନେଲ ବୋର୍ଡ ରେ ସର୍ଟ ସର୍କିଟ ହେବା ଯୋଗୁଁ ପାଖରେ…

    Continue reading
    ୨୪ ଘଣ୍ଟାରେ ତାଣ୍ଡବ ରଚିବ କାଳବୈଶାଖୀ

    ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ