ସୁନାବେଡ଼ା ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର : ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । କୋରାପୁଟରେ ସୁନାବେଡ଼ାରେ ଘଟିଥିବା ଦୁର୍ଘଟଣାରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ସହ ଆହତଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କୋରାପୁଟ ଜିଲ୍ଲା ସୁନାବେଡ଼ା ଥାନା ହାଲ୍‌ ଗେଷ୍ଟ ହାଉସ୍‌ ନିକଟରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କାର୍‌ରେ ଥିବା ଲୋକଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ବାକି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି କିଛି ଲୋକ ଆହତ ଥିବା ଜଣାପଡିଛି । ତେବେ ଦୁର୍ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତାହତଙ୍କ ପରିବାର ପ୍ରତି ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ଘୋଷଣା କରିଥିବା ବେଳେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ସେମାନଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

  • Garvita Odia

    Related Posts

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଭୁବନେଶ୍ୱର: ଏଫ୍‌ଏମ୍‌ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ିହେବାର ସପ୍ତାହେ ପରେ ପୁଣି ଘଟିଲା ବଳଙ୍ଗା ନାବାଳିକା ପୋଡ଼ି ମାମଲା ଯାହାକୁ ନେଇ ଖୋଲାରେ ପେଟ୍ରୋଲ୍‌ ବିକ୍ରିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ…

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଭୁବନେଶ୍ୱର: ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ରେ ସର୍ବାଧିକ ୨୨ ଟି ଥିବା ବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର