ସୁନାର ଡୋନାଲ୍ଡ ଟ୍ରମ୍ପ ସାମାଜିକ ଗଣମାଧ୍ୟମରେ ନୂଆ ବିବାଦ

ୱାଶିଂଟନ: ମିଆମିସ୍ଥିତ ‘ଟ୍ରମ୍ପ ନ୍ୟାସନାଲ ଡୋରାଲ ଗଲ୍‌ଫ ରିସର୍ଟ’ରେ ଟ୍ରମ୍ପଙ୍କ ୧୨ ଫୁଟ ଉଚ୍ଚତାର ସୁନା ପ୍ରତିମୂର୍ତ୍ତିକୁ ନେଇ ବିଭିନ୍ନ ମହଲରେ ସମାଲୋଚନା ଆରମ୍ଭ ହୋଇଛି। ଏହି ପ୍ରତିମୂର୍ତ୍ତିକୁ ‘ଡନ୍‌ କଲୋସସ୍‌’ ଭାବେ ନାମିତ କରାଯାଇଛି। ପ୍ରାୟ ୩ ଟନ୍‌ ଓଜନ ବିଶିଷ୍ଟ ଏହି ପ୍ରତିମୂର୍ତ୍ତିକୁ ଆମେରିକାର ବିଶିଷ୍ଟ ସ୍ଥପତି ଆଲାନ କଟ୍ରିିଲ ନିର୍ମାଣ କରିଛନ୍ତି। ପ୍ରତିମୂର୍ତ୍ତିଟି ବ୍ରୋଞ୍ଜରେ ନିର୍ମିତ ହୋଇଥିବାବେଳେ ଏହାର ଉପରିଭାଗକୁ ସୁନାରେ ଛାଉଣି କରାଯାଇଛି। ଏଥିପାଇଁ ସ୍ଥପତି କଟ୍ରିଲଙ୍କୁ ପାରିଶ୍ରମିକ ବାବଦରେ ମୋଟ ୩,୬୦,୦୦୦ ଡଲାର ପ୍ରଦାନ କରାଯାଇଛି। ପ୍ରତିମୂର୍ତ୍ତିରେ ଟ୍ରମ୍ପଙ୍କ ଆକ୍ରମଣାତ୍ମକ ଅଙ୍ଗଭଙ୍ଗୀକୁ ସାମାଜିକ ଗଣମାଧ୍ୟମରେ ତୀବ୍ର ସମାଲୋଚନା କରାଯାଇଛି। ଏଭଳି ପ୍ରତିମୂର୍ତ୍ତି ନିର୍ମାଣ କରି ଟ୍ରମ୍ପ ନିଜକୁ ଏକଛତ୍ରବାଦୀ ଶାସକଭାବେ ପ୍ରତିପାଦନ କରିବାକୁ ଉଦ୍ୟମ କରୁଛନ୍ତି ବୋଲି ଲୋକେ ସାମାଜିକ ଗଣମାଧ୍ୟମରେ ମତବ୍ୟକ୍ତ କରିଛନ୍ତି।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ