ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି

ଭୁବନେଶ୍ବର : ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ । ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି । ତଳିଆ ଅଞ୍ଚଳରେ ଯେଉଁଠି ସବୁ ପାଣି ଅଛି ଆଗାମୀ ଦିନରେ ତାହା ନିଷ୍କାସନ ହୋଇଯିବ । ବର୍ତ୍ତମାନ କୌଣସି ସ୍ଥାନରେ ସମସ୍ୟା ନାହିଁ ବୋଲି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି ।ସୋମବାର ବିଶେଷ ବର୍ଷା ହୋଇ ନାହିଁ । ହୀରାକୁଦରେ ୨୦ଟି ଗେଟ୍‌ରେ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଲେବଲ ଅଛି ୬୧୪.୨୭ ଫୁଟ । ୨ ଲକ୍ଷ ୭୬ ହଜାର କ୍ୟୁସେକ ଇନ୍‌ଫ୍ଲୋ ଅଛି । ୩ ଲକ୍ଷ ୪୦ ହଜାର ପାଣି ନିଷ୍କାସିତ ହେଉଛି । ଆଗକୁ ବର୍ଷାର ପରିମାଣ ଦେଖି ପର୍ୟ୍ୟାୟ କ୍ରମେ ଆଗକୁ ବନ୍ଦ ହେବ ଗେଟ୍ । ରେଙ୍ଗାଲିରେ ୩ଟି ଗେଟ୍ ଖୋଲାଅଛି । ଜଳସ୍ତର ହ୍ରାସ ପାଉଛି । ୨ହଜାର ୪୯୦ କ୍ୟୁମେକ୍ ଜଳ ପ୍ରବେଶ କରୁଛି । ୪ ହଜାର ୬୦୦ କ୍ୟୁମେକ୍ ଜଳ ନିଷ୍କାସିତ ହେଉଛି । ଲେବଲ ରହିଛି ୧୨୧.୬୮ । କୌଣସି ପ୍ରକାରର ଖରାପ ସ୍ଥିତି ନାହିଁ । ବିପଦ ସଂକେତ ତଳେ ଜଳସ୍ତର ରହିଛି ।

ଆଖୁଆପଦାରେ ବୈତରଣୀ ନଦୀ ଜଳସ୍ତର ବଢିଥିଲା । ବର୍ତ୍ତମାନ ତାହା କମିଛି । ବର୍ତ୍ତମାନ ତାହାର ଲେବଲ ଅଛି ୧୭.୩୫ । ଜଳସ୍ତର ବିପଦ ସଂକେତ ତଳେ ରହିଛି । ମୟୂରଭଞ୍ଜର ରାସଗୋବିନ୍ଦପୁରରେ ମିଟରର ଏକ ଘାଇ ହୋଇଥିଲା । ତାହାର କାମ ଚାଲିଛି ବୋଲି ଜଳସମ୍ପଦ ସର୍ବ୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

  • Garvita Odia

    Related Posts

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ଭୁବନେଶ୍ଵର : ବୈତରଣୀରେ ନାହିଁ ବନ୍ୟା ଆଶଙ୍କା। ଏବେ ଆଖୁଆପଦାଠାରେ ଜଳସ୍ତର ୧୮.୨୯ ମିଟର ରହିଛି। ବିପଦ ସଙ୍କେତ ଠାରୁ ଟିକେ କମ୍ କିନ୍ତୁ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର…

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଭୁବନେଶ୍ବର: ଚାଷୀ ପଞ୍ଜିକରଣ ସମସ୍ୟା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ୩ ଲକ୍ଷ ୩୮ହଜାର ୭୩୫ ଜଣ ଚାଷୀ ପଞ୍ଜିକରଣ କରିସାରିଲେଣି। ଗତବର୍ଷ ଏହି ସମୟରେ…

    Leave a Reply

    Your email address will not be published. Required fields are marked *

    You Missed

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବିଜେପି ଅଫିସରେ ପ୍ରୟାସକାନ୍ତି

    ବିଜେପି ଅଫିସରେ ପ୍ରୟାସକାନ୍ତି

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ୬ ସପ୍ତାହ ଭିତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ୬ ସପ୍ତାହ ଭିତରେ  ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ ୭୫ ଲକ୍ଷ ଗଛ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ  ୭୫ ଲକ୍ଷ ଗଛ