‘ସୁଭଦ୍ରା’ର ପଞ୍ଚମ କିସ୍ତିର ଜ଼ିଲ୍ଲା ସ୍ତରୀୟ ବଣ୍ଟନ କାର୍ଯ୍ୟକ୍ରମ

ଦେବଗଡ଼: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଡିଟୋରିୟମରେ ଶୁକ୍ରବାର ଜିଲ୍ଲା ପ୍ରଶାସନ ପକ୍ଷରୁ ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା, ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପରେ ଦେବଗଡ଼ ଜିଲ୍ଲାର ୮୦,୨୭୬ ଜଣ ମହିଳାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଅର୍ଥ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ, ଓଏଲ୍ଏ‌ମ୍‌ ଡିପିଏମ୍‌ ଶିଶିର ଷଡ଼ଙ୍ଗୀ, ଜିଲ୍ଲା ପରିଷଦର ପ୍ରୋଗ୍ରାମ ମ୍ୟାନେଜର୍ ଫାଇନାନ୍ସ ଆଶିଷ ରଞ୍ଜନ ବାରିକଙ୍କ ସମେତ ସିଡିପିଓ, ସୁପରଭାଇଜର, ଅଙ୍ଗନବାଡ଼ି କର୍ମୀ, ମିସନ ଶକ୍ତିର ମହିଳା ଉପସ୍ଥିତ ଥିଲେ। କାର୍ଯକ୍ରମକୁ ଡିଆଇପିଆର୍‌ଓ ମନୋରଞ୍ଜନ ସୂତାର ପରିଚାଳନା କରିଥିଲେ।

  • Related Posts

    mao dump ୩ଟି ମାଓ ଡମ୍ପ ଠାବ, ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ

    ମାଲକାନଗିରି: ଛତିଶଗଡ଼ ପୁଲିସକୁ ବଡ଼ ସଫଳତା। ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଠାବ ହେଲା ୩ଟି ମାଓ ଡମ୍ପ । ସୁକୁମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ବେଲପେଚା ଜଙ୍ଗଲରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ କରିବା ବେଳେ ଠାବ ହୋଇଛି…

    Continue reading
    temple hundi ମା’ ମଝିଘରିଆଣୀଙ୍କ ହୁଣ୍ଡି ଗଣତି ଆରମ୍ଭ

    ରାୟଗଡ଼ା: ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀଙ୍କ ମନ୍ଦିରର ଦାନ ହୁଣ୍ଡିରେ ଜମା ହୋଇଥିବା ଅର୍ଥ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହୁଣ୍ଡି ଗଣତି କାର୍ଯ୍ୟ ଚାଲିଛି। ବିଭିନ୍ନ ସାମାଜିକ ସଂଗଠନର ପ୍ରାୟ ୩୦୦ ଜଣ ମହିଳା ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ