ସୁଭଦ୍ରା ସମୀକ୍ଷା: ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଡୋର ଟୁ ଡୋର ସର୍ଭେ

ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ସୁଭଦ୍ରା ଯୋଜନାର ସମୀକ୍ଷା କରିଛନ୍ତି। ଏହି ଯୋଜନା ଉପରେ ସମୀକ୍ଷା କଲା ପରେ ସେ ଗଣମାଧ୍ୟମକୁ ବଡ଼ ସୂଚନା ଦେଇଛନ୍ତି। ତୃତୀୟ ପର୍ୟ୍ୟାୟରୁ ବଂଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଡୋର ଟୁ ଡୋର ସର୍ଭେ ହେବ ବୋଲି ସେ କହିଛନ୍ତି। ଅଧିକାରୀମାନେ ଆଗାମୀ ୧୫ ଦିନ ଭିତରେ ଫିଲଡ଼ ଭିଜିଟ କରି ତଦନ୍ତ ରିପୋର୍ଟ ଦେବେ। ଏଥି ପାଇଁ ଦୁଇ ଦିନ ଭିତରେ ଅଭିଯୋଗ ପୋର୍ଟାଲ ଖୋଲିବ। ବାଦ ପଡ଼ିଥିବା ହିତାଧିକାରୀମାନେ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରି ପାରିବେ।ଶ୍ରୀମତୀ ପରିଡ଼ା କହିଛନ୍ତି ୧୫ ହଜାର ୯୮୪ ହିତାଧିକାରୀ ମୃତ ହିତାଧିକାରୀ ବାଦ ପଡ଼ିଥିବା ବେଳେ ୧୮୦୫ ଜଣ ଜୀବିତ ଅଛନ୍ତି। ସେମାନଙ୍କୁ ମଧ୍ୟ ସାମିଲ କରାଯିବ। ଅନ୍ୟପଟେ ୩୬ ହଜାର ୭୦୨ ହିତାଧିକାରୀ ଗାଡ଼ି କିଣିଥିବା ଯୋଗୁଁ ବାଦ ପଡ଼ିଛନ୍ତି। ୨୧ ହଜାର ୩୫ ହିତାଧିକାରୀ ଆୟ କର ଦେବାରୁ ବାଦ ପଡ଼ିଥିବା ବେଳେ ୧ ଲକ୍ଷ ୩୩ ହଜାର ୬୯୧ ଜଣ ଧାନ ବିକ୍ରି ପଞ୍ଜୀକରଣ ଏବଂ କୃଷକ ଭାବେ ପଞ୍ଜୀକରଣ କରି ବାଦ ପଡିଛନ୍ତି। ସେ ବାବଦରେ ତଥ୍ୟ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନ କରାଯିବ।

ସୁଭଦ୍ରା ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେମାନେ କାହିଁକି ବଞ୍ଚିତ ହେଲେ, ରାସନକାର୍ଡ ଅଛି କି ନାହିଁ, କେୱାଇସି ଅପଡେଟ୍ ହୋଇଛି କି ନାହିଁ ଏଭଳି ଅନେକ ତର୍ଜମା କରାଯିବ। ଆଜି ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧକ୍ଷତାରେ ଲୋକସେବା ଭବନରେ ଏନେଇ ସମୀକ୍ଷା ବୈଠକ ହୋଇଛି।

ବୈଠକ ପୂର୍ବରୁ ୩ବିଭାଗକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ତଥ୍ୟ ମାଗିଥିଲା। ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗା ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ