ସୁରତ ଚାଲାଣ ବେଳେ ୪ ନାବାଳକ ଉଦ୍ଧାର

ଗଞ୍ଜାମ :ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ। ଗତକାଲି ରାତିରେ ଛତ୍ରପୁର ରେଳ ଷ୍ଟେସନରୁ ସୁରତ ଚାଲାଣ ବେଳେ ୪ ଜଣ ନାବାଳକଙ୍କୁ ଉଦ୍ଧାର କରିଛି ପ୍ରଶାସନ। ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ଶ୍ରମ ବିଭାଗ ଏବଂ ପୋଲିସର ମିଳିତ ଚଢ଼ାଉରେ ଏହି ସଫଳତା ମିଳିଛି। ଏହି ଘଟଣାରେ ୨ ଜଣ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ବେଳେ ଚାଲାଣ ପାଇଁ ବ୍ୟବହୃତ କାର୍ କୁ ଜବତ କରାଯାଇଛି।

୪ ଜଣ ନାବାଳକ ମଧ୍ୟରୁ ଜଣେ ଛତ୍ରପୁର ଓ ୩ଜଣ ପୁରୁଷୋତ୍ତମପୁର ଅଞ୍ଚଳର ବୋଲି ଜଣା ପଡିଛି। ସମସ୍ତ ନାବାଳକଙ୍କୁ ଏକ କାର୍ ଯୋଗେ ଆଣି ଟ୍ରେନ ରେ ସୁରଟ ଚାଲାଣ କରାଯାଉଥିଲା। ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଛତ୍ରପୁର ଜିଲ୍ଲା ଶ୍ରମ ବିଭାଗ, RPF ଏବଂ ଛତ୍ରପୁର ଥାନା ପୋଲିସ ମିଳିତ ଭାବେ ଷ୍ଟେସନରେ ଚଢ଼ାଉ କରିଥିଲେ।

ସେଠାରୁ ପ୍ରଶାସନ ସମସ୍ତ ୪ ନାବାଳକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଉଦ୍ଧାର ନାବାଳକଙ୍କୁ ଶିଶୁ ମଙ୍ଗଳ ସମିତି କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଚାଲାଣ କରୁଥିବା ୨ ଜଣଙ୍କୁ ଅଟକ ରଖି ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ