ସୃଷ୍ଟି ହେଲା ଲଘୁଚାପ: ସୋମବାରଠାରୁ ପ୍ରବଳ ବର୍ଷା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଅଗଷ୍ଟ ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଦ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ।ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିସହ ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ। ନୂଆ ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା‌ ମିଳିଛି। ଅନ୍ୟପକ୍ଷରେ ୨୭ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ