ସେପ୍ଟେମ୍ବର ୭ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର,29।08: ସେପ୍ଟେମ୍ବର ୭ରେ ବର୍ଷର ୨ୟ ଓ ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଏହା ଭାରତରେ ମଧ୍ୟ ଦୃଶ୍ୟମାନ ହେବ। ଏହି ଦିନ ପିତୃପକ୍ଷର ମଧ୍ୟ ଆରମ୍ଭ ହେବ। ବର୍ଷର ୨ୟ ଓ ଶେଷ ଚନ୍ଦ୍ରଗ୍ରହଣ କୁମ୍ଭ ରାଶି ଓ ଭାଦ୍ରପଦ ନକ୍ଷତ୍ରରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଗ୍ରହଣକୁ ଏକ ମହତ୍ତ୍ୱପୂର୍ଣ୍ଣ ଘଟଣା ବୋଲି ମାନ୍ୟତା ରହିଛି। ୭ ସେପ୍ଟେମ୍ବର ରବିବାର ରାତି ୯ଟା ୫୮ ମିନିଟରୁ ଆରମ୍ଭ ହୋଇ ଏହା ରାତି ୧ଟା ୨୬ ମିନିଟ୍‌ରେ ଶେଷ ହେବ। ଜ୍ୟୋତିର୍ବିଦ୍‌ଙ୍କ ମତାନୁସାରେ ୭ ସେପ୍ଟେମ୍ବରକୁ ଦେଖାଯିବାକୁ ଥିବା ଏହି ଚନ୍ଦ୍ରଗ୍ରହଣ ଲାଲ ରଙ୍ଗର ହେବ। ଯାହାକୁ ବ୍ଲଡ୍‌ ମୁନ୍‌ ବୋଲି କୁହାଯିବ। ଅନେକ ବର୍ଷକୁ ଥରେ ଏଭଳି ଚନ୍ଦ୍ରଗ୍ରହଣ ଦେଖାଯାଏ । ୭ ସେପ୍ଟେମ୍ବରରେ ୧୨ଟା ୫୭ ମିନିଟ୍‌ରେ ପାକ ତ୍ୟାଗ ସମୟ ଆରମ୍ଭ ହେବ। ଏହି ସମୟରେ ସମସ୍ତ ଶୁଭ କାର୍ଯ୍ୟ କରିବାକୁ ବାରଣ କରାଯାଏ।

  • Related Posts

    ଜିମ୍‌ ନ ଯାଇ ରୁହନ୍ତୁ ଫିଟ୍‌

    ଦିନକୁ ଦିନ ମଣିଷର ଜୀବନଶୈଳୀ ପରିବର୍ତ୍ତନ ହେବାରେ ଲାଗିଛି । ମଣିଷ ଆଜିକାଲି ଫିଟ ରହିବା ଉପରେ ଅଧିକ ଗୁରୁତ୍ୱ ଦେଉଛି । ଏଥିପାଇଁ ଜିମ ଅଧିକ ଲୋକଙ୍କ ପସନ୍ଦ ପାଲଟିଛି । ଆପଣ ଦେଖୁଥିବା ସକାଳ ହେଲେ ପାର୍କରେ ଓପନ…

    Continue reading
    ସ୍ୱାସ୍ଥ୍ୟ ପାଇଁ ଉପକାରୀ କଖାରୁ ମଞ୍ଜି,ଜାଣନ୍ତୁ

    ଦୈନନ୍ଦିନ ଜୀବନରେ ଆମେ ଖାଦ୍ୟରେ ଅନେକ ପନିପରିବା ଖାଇଥାଉ । ତନ୍ମଧ୍ୟରୁ କେଉଁ ପରିବା ସ୍ୱାସ୍ଥ୍ୟ ପାଇଁ କେତେ ଜରୁରୀ ତାହା ଜାଣିବା ନିହାତି ଆବଶ୍ୟକ । କଖାରୁ ଏକ ପୁଷ୍ଟିକର ପନିପରିବା, ଯାହା ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭ ହୋଇଥାଏ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ