ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ସେବା ସଂକଳ୍ପ ଅଭିଯାନ ଅବସରରେ ଜଳ ସଂରକ୍ଷଣ ଓ ପରିବେଶ ସୁରକ୍ଷା ପ୍ରତି ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଜଳ ସମ୍ପଦ ବିଭାଗ ପକ୍ଷରୁ ପ୍ରତାପନଗରୀସ୍ଥିତ ଜଳ ଓ ଭୂମି ପରିଚାଳନା ପ୍ରତିଷ୍ଠାନ(ୱାଲମି) ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ଅବସରରେ ୭୬ଟି ଦେଶୀୟ ଓ ଜଳବାୟୁ ସହନଶୀଳ ଚାରା ରୋପଣ କରାଯାଇଛି।

‘ସେବା ସଂକଳ୍ପ’ ଅଭିଯାନର ମୂଳ ଭାବନାକୁ ଆଧାର କରି ସମାଜ ଓ ପରିବେଶ ପ୍ରତି ଦାୟିତ୍ୱବୋଧକୁ ଜନସେବାର ଏକ ସାର୍ଥକ ପଦକ୍ଷେପରେ ପରିଣତ କରାଯାଇଛି। ବୃକ୍ଷରୋପଣ ମାଧ୍ୟମରେ ପ୍ରାକୃତିକ ସମ୍ପଦର ସୁରକ୍ଷା ସହ ଆଗାମୀ ପିଢ଼ି ପାଇଁ ଏକ ସବୁଜ, ସୁସ୍ଥ ପରିବେଶ ଗଠନର ସଂକଳ୍ପକୁ ଦୃଢ଼ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁ, ବିଭାଗର ପୁନର୍ବାସ ଓ ପୁନଃସ୍ଥାପନ ନିର୍ଦ୍ଦେଶକ ଶ୍ରୀ ଅଶୋକ କୁମାର ବେହେରା, ଅତିରିକ୍ତ ଶାସନ ସଚିବ ଶ୍ରୀ ସୁବ୍ରତ କୁମାର ନାୟକ, ୱାଲମିର ନିର୍ଦ୍ଦେଶକ ଶ୍ରୀ ଗୌତମ କୁମାର ସେଠୀ ଓ ବିଭାଗର ବରିଷ୍ଠ ଅଧିକାରୀ, ୱାଲମିର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ରୋପଣ କରାଯାଇଥିବା ଚାରା ମଧ୍ୟରେ ଅଶ୍ୱତ୍ଥ, କରଞ୍ଜ, ବକୁଳ ଓ ପିଜୁଳି ଭଳି ଦେଶୀୟ ଏବଂ ଉପକୂଳୀୟ ଜଳବାୟୁ ପରିସ୍ଥିତି ସହ ଖାପ ଖାଉଥିବା ପ୍ରଜାତି ରହିଛି। ଏହି ବୃକ୍ଷଗୁଡ଼ିକ ଆଗାମୀ ଦିନରେ ପରିବେଶୀୟ ସନ୍ତୁଳନ ବଜାୟ ରଖିବା ସହ ଜଳ ସଂରକ୍ଷଣ ଓ ଜୈବବିବିଧତା ସୁରକ୍ଷାରେ ଅବଦାନ ରଖିବ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ