ସୋଆ ଏବଂ ବ୍ରୋଡବି୍ରଜ୍ ଫାଇନାନ୍ସିଆଲ୍ ସଲୁ୍ୟସନ୍ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତାକୁ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଭାରତର ନୂତନତା ଏବଂ ଆର୍ଥିକ ବୈଷୟିକ ପରିସଂସ୍ଥା ପର୍ଯ୍ୟବେସିତ ଅନୁଷ୍ଠାନ ବ୍ରୋଡବି୍ରଜ୍ ଫାଇନାନ୍ସିଆଲ୍ ସଲୁ୍ୟସନ୍ସ ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।
ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ବ୍ରୋଡବି୍ରଜ୍ ଇଣ୍ଡିଆର ମାନବ ସମ୍ବଳ ମୁଖ୍ୟ ଶ୍ରୀମତି ରିତୁ ରାଖରା ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିବା ବେଳେ ଏହି ସମୟରେ ଉଭୟ ଅନୁଷ୍ଠାନର ଶୀର୍ଷ ନେତୃମଣ୍ଡଳୀ ଉପସ୍ଥିତ ଥିଲେ ।
ଏଥି ସହିତ ବ୍ରୋଡବି୍ରଜ୍ର ପ୍ରତିନିଧିମାନେ ସୋଆର ଛାତ୍ରଛାତ୍ରୀମାନଙ୍କ ସହିତ ଆର୍ଥିକ କ୍ଷେତ୍ର ସହିତ ନିଯୁକ୍ତି ସୁଯୋଗ ଏବଂ ଆବଶ୍ୟକୀୟ ଦକ୍ଷତା ସମ୍ପର୍କରେ ଆଲୋଚନା କରିଥିଲେ ।
ବ୍ରୋଡବି୍ରଜ୍ ବିଭିନ୍ନ କ୍ୟାମ୍ପସ ପ୍ରୋଗ୍ରାମ, ଇନୋଭେସନ୍ ଚ୍ୟାଲେଞ୍ଜ, ମେଂଟରସିପ୍ ଏବଂ ଦକ୍ଷତା ଭିତିକ ପଦକ୍ଷେପ ଜରିଆରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥାଏ । ଏହି ସହଭାଗିତା ଦ୍ୱାରା ଉଭୟ ଅନୁଷ୍ଠାନ ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ଥିବା ବ୍ୟବଧାନକୁ ହ୍ରାସ କରିବା ଦିଗରେ କାର୍ଯ୍ୟ କରିବାର ଉଦେ୍ଧଶ୍ୟ ରହିଛି ।
ବୁଝାମଣା ଅନୁଯାୟୀ ସୋଆ ଏବଂ ବ୍ରୋଡବି୍ରଜ୍ ସହଭାଗିତା ଭିତିରେ ଶିଳ୍ପ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଶିଳ୍ପ ସମ୍ବନ୍ଧୀୟ କର୍ମଶାଳା, ବିଶେଷଜ୍ଞମାନଙ୍କ ଦ୍ୱାରା ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ଏବଂ ଛାତ୍ରଛାତ୍ରୀମାନଙ୍କୁ ଇନ୍ଟର୍ଣ୍ଣସିପ୍ର ସୁଯୋଗ ପ୍ରଦାନ କରିବେ ।
ଏହି ସହଭାଗିତା ଦ୍ୱାରା ଶିଳ୍ପ କ୍ଷେତ୍ରରେ ସୋଆର ସହଯୋଗକୁ ପ୍ରତିପାଦିତ କରିବା ସହ ଆମ ଛାତ୍ରଛାତ୍ରୀମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ହେବା ଦିଗରେ ସାହାଯ୍ୟ କରିବ ବୋଲି କୁଳପତି ପ୍ରଫେସର ନନ୍ଦ କହିଛନ୍ତି ।
ଏହି ଅବସରରେ ଶ୍ରୀମତି ରାଖରା କହିଥିଲେ ଯେ ସୋଆ ସହିତ ବୁଝାମଣା କରି ବ୍ରୋଡବି୍ରଜ୍ ବେଶ ଆନନ୍ଦିତ । ଏହା ଦ୍ୱାରା ଶିକ୍ଷା କ୍ଷେତ୍ରରେ ଏହି ଅନୁଷ୍ଠାନ ଅଧିକ ଯୋଡ଼ି ହୋଇ କାର୍ଯ୍ୟ କରିବ ବୋଲି ସେ କହିଛନ୍ତି ।
ଏହି ଅବସରରେ ସୋଆର କର୍ପୋରେଟ ରିଲେସନ୍ସ ଆଣ୍ଡ ଇଣ୍ଡଷ୍ଟି୍ର ଏନଗେଜ୍ମେଂଟର ନିଦେ୍ର୍ଧଶକ ଶ୍ରୀ ରୀପ୍ତି ରଞ୍ଜନ ଦାଶ କହିଛନ୍ତି ଯେ ଆଇଟି ଏବଂ ତତ୍ସଂଲଗ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବା ନିମନ୍ତେ ସୋଆ ନିୟମିତ ଭାବରେ ଏଭଳି ସହଭାଗିତାର ନିମନ୍ତେ ନିରନ୍ତର କାର୍ଯ୍ୟ କରୁଛି ।

Related Posts

ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

Continue reading
ବଡ଼ ଭାଇକୁ ହତ୍ୟା କଲା ସାନ

ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ