ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ ସମ୍ମାନଜନକ ଜାତିସଂଘ ସାସାକାୱା ସମ୍ମାନରେ ସମ୍ମାନିତ କରାଯିବା ପରିପ୍ରେକ୍ଷୀରେ ସୋଆ ପକ୍ଷରୁ ତାଙ୍କୁ ଏହି ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।
ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଡକ୍ଟର ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧିକାରୀ, ପ୍ରାଧ୍ୟାପକ ଓ ଗବେଷକମାନେ ଉପସ୍ଥିତ ଥିଲେ । ସୋଆର ପ୍ରଫେସର ଏମିରଟସ ପ୍ରଫେସର ଉମା ଚରଣ ମହାନ୍ତି, ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିଦେ୍ର୍ଧଶିକା ଶ୍ରୀମତି ମନୋରମା ମହାନ୍ତି, ସୋଆ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ନିଦେ୍ର୍ଧଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଇନ୍ଷ୍ଟିୁଚ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ସେଂଟର ଫର କ୍ୱାଂଟମ ସାଇନ୍ସ ଆଣ୍ଡ ଟେକ୍ନୋଲଜିର ନିଦେ୍ର୍ଧଶକ ପ୍ରଫେସର ପ୍ରଶାନ୍ତ ପାଣିଗ୍ରାହୀ, ପାଣିପାଗ ଓ ଜଳବାୟୁ କେନ୍ଦ୍ରର ନି୍େର୍ଦ୍ଧଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ଏବଂ ଆଡିସ୍ନାଲ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର, ପ୍ରଫେସର ରେଣୁ ଶର୍ମା ଏହି ଅବସରରେ ଉପସ୍ଥିତ ଥିଲେ ।
ସେହିପରି ଗତ ଶନିବାର ଦିନ ଡକ୍ଟର ମହାପାତ୍ରଙ୍କୁୁ ଭାରତୀୟ ପାଣିପାଗ ସମାଜ ଏବଂ ସାଇନ୍ସ ଫର କମନ୍ ପିପୁଲ ସୋସାଇଟି (ସ୍କୋପ୍ସ) ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।
ସମ୍ମାନିତ ହେବା ଅବସରରେ ଡକ୍ଟର ମହାପାତ୍ର କହିଥିଲେ ଯେ ବର୍ତମାନ ସମୟରେ ସ୍କୋପ୍ସ ଭଳି ଅନୁଷ୍ଠାନଗୁଡ଼ିକର ଅନେକ ଆବଶ୍ୟକତା ରହିଛି ।

Related Posts

ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

Continue reading
ବଡ଼ ଭାଇକୁ ହତ୍ୟା କଲା ସାନ

ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ