ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ

କଟକ: ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି । ଶୁକ୍ରବାର ଶେଷ କାର୍ୟ୍ୟ ଦିବସ । ଅକ୍ଟୋବାର ୮ରେ ଅଦାଲତ ଖୋଲିବ । ଏହି ଛୁଟି ସମୟ ମଧ୍ୟରେ ଜରୁରି ମାମଲାର ଶୁଣାଣି ପାଇଁ ତିନିଦିନ ଅର୍ଥାତ୍‌ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ ।

୨୯ ତାରିଖ ସୋମବାର ପ୍ରଥମ ଅବକାଶକଳୀନ ଅଦାଲତ ବସିବ । ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଭି. ନରସିଂହ ଏବଂ ଜଷ୍ଟିସ୍‌ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଭିନ୍ନ ଜରୁରିକାଳୀନ ମାମଲାର ଶୁଣାଣି ହେବ । ପରେ ବିଚାରପତି ଦ୍ୱୟ ପୃଥକ୍‌ ପୃଥକ୍‌ ବେଞ୍ଚ୍‌ରେ ଅନ୍ୟାନ୍ୟ ମାମଲାର ଶୁଣାଣି କରିବେ । ଅନ୍ୟତମ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶ ମଧ୍ୟ ସେହିଦିନ ଜାମିନ୍‌ ମାମଲାର ଶୁଣାଣି କରିବେ । ସେହିପରି ଅକ୍ଟୋବର ପହିଲାରେ ଜଷ୍ଟିସ୍‌ ମୃଗାଙ୍କ ଶେଖର ସାହୁ ଏବଂ ଜଷ୍ଟିସ୍‌ ଭି. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ମାମଲାର ଶୁଣାଣି କରିବେ । ପରେ ଉଭୟ ବିଚାରପତି ପୃଥକ୍‌ ପୃଥକ୍‌ ଭାବେ ଅନ୍ୟ ମାମଲାର ଶୁଣାଣି କରିବେ । ସେହିପରି ଜଷ୍ଟିସ୍‌ ଏସ୍‌.କେ. ପାଣିଗ୍ରାହୀ ଏବଂ ଜଷ୍ଟିସ୍‌ ବିରଜାପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ମାମଲାର ଶୁଣାଣି କରିବେ । ସେହିଦିନ ଉଭୟ ବିଚାରପତି ପୃଥକ ପୃଥକ ଭାବେ ମଧ୍ୟ ଅନ୍ୟ ମାମଲାର ଶୁଣାଣି କରିବେ ।

  • Related Posts

    ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

    ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

    Continue reading
    ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା

    ​​​​​​ବରଗଡ: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । କଂସଙ୍କ ଶାସନରେ କମ୍ପିବ ମଥୁରା ନଗରୀ। ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ