ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦ କୋଟି ଟଙ୍କା ବ୍ୟୟ କରାଯାଇଛି । ମନ୍ଦିର ଚାରିପାଖରେ ଚାରୋଟି ଆକର୍ଷଣୀୟ ଦ୍ୱାର ସହ ପଥରର ପାଚେରୀ ନିର୍ମାଣ କରାଯାଇଛି । ଶ୍ରଦ୍ଧାଳୁମାନଙ୍କ ପାଇଁ ଯାତ୍ରୀ ନିବାସ, ପ୍ରବଚନ ଗୃହ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ ଏବଂ ମୁଣ୍ଡନ ମଣ୍ଡପର ବ୍ୟବସ୍ଥା କରାଯାଇଛି । ଏହା ସହ ସୁନ୍ଦର ଲ୍ୟାଣ୍ଡସ୍କେପିଂ, ଆକର୍ଷଣୀୟ ଆଲୋକ ସଜ୍ଜା, ସିସିଟିଭି ଏବଂ ଗାଡ଼ି ପାର୍କିଂ ପାଇଁ ସ୍ୱତନ୍ତ୍ର ସ୍ଥାନ ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀ ଚଣ୍ଡୀମନ୍ଦିର ଉଦ୍ଘାଟନ ପରେ ଗଡଗଡିଆ ଘାଟ ନିକଟରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଏସ୍ସିବି ମେଡିକାଲ ଠାରେ ନୂତନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିିବାର ଯୋଜନା ରହିଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହୋଇପଡିଛି ।
ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ
ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…






