ସୌମ୍ୟ ହତ୍ୟା ଘଟଣା : ତଦନ୍ତ କରିବ ଏନଏଚଆରସି ଟିମ୍

ଭୁବନେଶ୍ବର, : ବାଲିଅନ୍ତାରେ ସୌମ୍ୟ ରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣାର ତଦନ୍ତ କରିବ ଏନଏଚଆରସି ଟିମ୍। ୨ ଜଣ ସଦସ୍ୟ ଓଡ଼ିଶା ଆସି ଘଟଣାର ଅନୁଧ୍ୟାନ କରିବେ। ୫ ଦିନିଆ ଭୁବନେଶ୍ବର ଗସ୍ତରେ ଆସି ତଦନ୍ତ କରିବେ ଟିମ୍। ଘଟଣାର ତନାଘନା କରିବେ ଏନଏଚଆରସି ଟିମ୍ । ବାଲିଅନ୍ତା ଯାଇ ତଦନ୍ତ କରିବେ ଟିମ୍।
ଅନ୍ୟପକ୍ଷରେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏହି ଘଟଣାରେ ମୋଟ ୧୭ ଜଣଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ୬ ଜଣଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ପୋଲିସ ୧୧ ଜଣଙ୍କୁ ଗିରଫ କରିଛି। ଏହି ଗିରଫଦାରୀ ସଂଖ୍ୟ ଆହୁରି ବଢିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ସୌମ୍ୟଙ୍କ ବାପା ଓ ମା’ ଶନିବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସୌମ୍ୟଙ୍କ ପରିବାର କେବଳ କ୍ରାଇମ ବ୍ରାଚଂ ନୁହେଁ ସିବିଆଇ ତଦନ୍ତ ଦାବୀ କରିଛନ୍ତି।

ସୂଚନାଯୋଗ୍ୟ ଯେ,ମେ’୭ ତାରିଖରେ ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଅଞ୍ଚଳରେ ଜିଆରପି କନଷ୍ଟେବଲ ସୌମ୍ୟ ରଞ୍ଜନ ତାଙ୍କ ସାଙ୍ଗ ସହିତ ଯାଉଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ତାଙ୍କ ବାଇକ୍ ଦୁଇ ଜଣ ଝିଅ ଯାଉଥିବା ଏକ ସ୍କୁଟିକୁ ଧକ୍କା ଦେଇଥିଲା।ପରେ ଉଭୟ ମଧ୍ୟରେ ଯୁକ୍ତତର୍କ ଲାଗିଥିଲା । ଏହା ପରେ ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକ ରୁଣ୍ଡ ହୋଇଥିଲେ । ପରେଲୋକମାନେସୌମ୍ୟରଞ୍ଜନଙ୍କୁ ହାତ ଗୋଡ଼ ବାନ୍ଧି ଅମାନୁଷିକ ଭାବେ ପିଟିଥିଲେ । ଏଥିରେ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ହୋଇଥିଲା ।ଏହି ଘଟଣାର ପ୍ରଥମେ କମିଶନରେଟ ପୁଲିସ ତଦନ୍ତ କରିଥିଲା। ପରେ ଏହି ଘଟଣାକୁ ସରକାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ