
ସମ୍ବଲପୁର : ସମ୍ବଲପୁର ଜିଲ୍ଲାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରେଢ଼ାଖୋଲ ଅଞ୍ଚଳର ଜାତୀୟ ରାଜପଥ-୫୫ର ଜାମତାଲ ନିକଟରେ ଏକ ସ୍କର୍ପିଓ ଗାଡ଼ି ଡିଭାଇଡରରେ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସ୍କର୍ପିଓଟି ଜାମତାଲ ନିକଟରେ ଯାଉଥିବା ବେଳେ ଚାଳକ ଭାରସାମ୍ୟ ହରାଇଥିଲେ। ଫଳରେ ଗାଡ଼ିଟି ରାସ୍ତାର ଡିଭାଇଡରରେ ଜୋରରେ ପିଟି ହୋଇଥିଲା। ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ପାଞ୍ଚ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଆହତମାନଙ୍କୁ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଯୁଯୁମୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା, ସେନେଇ ପୋଲିସ ତଦନ୍ତ ଜାରି ରଖିଛି।







