ଭୁବନେଶ୍ଵର,20/09: ସ୍କୁଲ ଛାତ୍ରଛାତ୍ରୀଙ୍କ ପାଠପଢାରେ ଯୋଡିହେବ ଆଉ ନୂଆ ବିଷୟ । ଏଣିକି ଛାତ୍ରଛାତ୍ରୀଙ୍କ ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ସ୍କୁଲରେ ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ଏନେଇ ଶୁକ୍ରବାର ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଦ୍ୟାଳୟଠାରୁ ଆରମ୍ଭ କରି ଉଚ୍ଚ ବିଦ୍ୟାଳୟ ଗୁଡିକରେ ଧାର୍ମିକ, ନୈତିକ ଓ ବୌଦ୍ଧିକ ବିଚାରର ବିକାଶ ପାଇଁ ଶ୍ରୀମଦ୍ ଭଗବତ୍ ଗୀତାର ପଠନ ଓ ମହତ୍ତ୍ଵର ଚର୍ଚ୍ଚା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ବୋଲି ପ୍ରଶ୍ନ କରିଥିଲେ ବିଧାୟକ ସିତାଂଶୁ ଶେଖର ମହାପାତ୍ର। ଏହାର ଉତ୍ତର ଦେବାକୁ ଯାଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଯେ, ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ନିତ୍ୟାନନ୍ଦ ଗଣ୍ଡଙ୍କ କହିବା କଥା ପାଠ ପଢିବା ସହ ଛାତ୍ରଛାତ୍ରୀଙ୍କର ଆମ ପରମ୍ପରା ଓ ଆଧ୍ୟାତ୍ମିକତା ଉପରେ ମଧ୍ୟ ଜ୍ଞାନ ରହିବା ଜରୁରୀ ।
ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ
ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…






