ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ସ୍କୁଲ ପିଲାଙ୍କର ସ୍ୱାସ୍ଥ୍ୟକୁ କିପରି ଅଧିକ ଗୁରୁତ୍ୱ ଦିଆଯିବ ସେନେଇ ଆଲୋଚନା କରାଯାଇଥିଲା ।

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଛାତ୍ରାବାସ, ଛାତ୍ରୀ ନିବାସରେ ରହୁଥିବା ବିଦ୍ୟାର୍ଥୀଙ୍କ ସ୍ୱାସ୍ଥ୍ୟକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ଏଥିଲାଗି ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାସ୍ଥ୍ୟ କାର୍ଡ ଦିଆଯିବ । ଏହି କାର୍ଡରେ ପିଲାଟିର ବିସ୍ତୃତ ସ୍ୱାସ୍ଥ୍ୟ ଇତିହାସ ରହିବ । ଏହା ସମୟାନୁସାରେ ରୋଗ ନିର୍ଣ୍ଣୟ ଓ ଚିକିତ୍ସା କରିବାରେ ସାହାଯ୍ୟ କରିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ମନ୍ତ୍ରୀ ଶ୍ରୀ ଗଣ୍ଡ । ସେ ଆହୁରି ମଧ୍ୟ କହିଛନ୍ତି, ଯେଉଁଠି ହଷ୍ଟେଲ ନାହିଁ କିମ୍ବା ଯେଉଁଠି ଅଧା ନିର୍ମାଣ ହୋଇ ପଡ଼ିଛି, ଶୀଘ୍ର ସାରିବାକୁ କାମ କରୁଥିବା ଏଜେନ୍ସିକୁ ନିର୍ଦ୍ଦେଶ ଦିଆଯିବ ।

  • Related Posts

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍