ସ୍ତ୍ରୀର ବେକ କାଟିଲା ସ୍ଵାମୀ

ମାଲକାନଗିରି: ମାଲକାନଗିରି କାଲିମେଳା ଥାନା ଏମଭି ୬୬ ଗାଁରେ ଜଘନ୍ୟ କାଣ୍ଡ। ସ୍ତ୍ରୀର ବେକ କାଟି ହତ୍ୟା କଲା ସ୍ଵାମୀ । ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ ସ୍ଵାମୀ। ସୂଚନା ଅନୁଯାୟୀ କାଲିମେଳା ଥାନା ଏମଭି ୬୬ ଗାଁର ନୀତେନ୍ ବିଶ୍ଵାସ କାଲିମେଳା ବଜାରରେ ଥିବା ବ୍ଲକ କଲୋନୀ ସ୍କୁଲ ସମ୍ମୁଖରେ ଆଖୁ ରସ ବିକ୍ରି କରି ପରିବାର ପ୍ରତିପୋଷଣ କରନ୍ତି। ଗତକାଲି ରାତିରେ କୌଣସି କାରଣକୁ ନେଇ ନୀତେନ୍ ଏବଂ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ନୀତେନ୍ ବିଳମ୍ବିତ ରାତିରେ ସ୍ତ୍ରୀକୁ ଅତି ବିଭତ୍ସ ଭାବରେ କଟୁରୀରେ ହାଣି ହତ୍ୟା କରିଛି। ଏହାପରେ ଅଭିଯୁକ୍ତ ସ୍ଵାମୀ କାଲିମେଳା ଥାନାରେ ଆତ୍ମସମର୍ପଣ କରିଛି। ପୁଲିସ୍ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

    କଟକ : କଟକ ଜିଲ୍ଲା ଚାଉଳିଆଗଞ୍ଜ ଥାନା ନଦୀକୂଳ ସାହିରୁ ଜଣେ ଯୁବତୀଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଯୁବତୀଙ୍କ…

    ମହିଳାଙ୍କୁ ଗଣଦୁଷ୍କର୍ମ ମାମଲା: ୩ ଅଭିଯୁକ୍ତ କାବୁ

    ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍‌ ତଥା ବାଗେଡ଼ିଆ ଥାନା ଇଲାକାରେ ଗତ ରବିବାର ଏକ ଲଜ୍ଜାଜନକ ଘଟଣା ଆଲୋଡ଼ନ ଖେଳାଇ ଦେଇଛି । ପାଳଲହଡ଼ା ଅଞ୍ଚଳରୁ ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଆସିଥିବା ଜଣେ ମହିଳାଙ୍କୁ ଟ୍ରାକ୍ଟରରେ କାମ କରୁଥିବା ୩…

    Leave a Reply

    Your email address will not be published. Required fields are marked *

    You Missed

    ସିଆରପିଏଫ ବସ ଦୁର୍ଘଟଣା: ୩ ଯବାନ ସହିଦ

    ସିଆରପିଏଫ ବସ ଦୁର୍ଘଟଣା: ୩ ଯବାନ ସହିଦ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ