ସ୍ନାନ ପୁର୍ଣିମାରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା

ଦେବଗଡ଼:ଦେବଗଡ ସହରର ପୁରୁଣାଗଡ ସ୍ଥିତ ଜଗନ୍ନାଥ ମନ୍ଦିରରେ ଆଜି ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଥିଲା।ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନ ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି।ଜ୍ୟେଷ୍ଟମାସ ପୂର୍ଣ୍ଣିମା ତିଥିରେ ଏହି ପବିତ୍ର ଦେବସ୍ନାନ ପୁର୍ଣ୍ଣିମା ହୋଇଥାଏ।ଶ୍ରୀ ଜଗନ୍ନାଥ,ଶ୍ରୀ ବଳଭଦ୍ର,ଓ ଦେବୀ ସୁଭଦ୍ରାଙ୍କୁ ରତ୍ନ ସିଂହାସନରୁ ସ୍ନାନ ମଣ୍ଡପରୁ ଅଣାଯାଇ ନାନାଦି ନୀତି ଯଥାରୀତି ପାଳନପୂର୍ବକ ସ୍ନାନ ଯାତ୍ରା ଅନୁଷ୍ଟିତ ହୋଇଥିଲା।ଠାକୁରଙ୍କ ସ୍ନାନଯାତ୍ରାରେ ବହୁ ଶ୍ରଦ୍ଧାଳୁ ସାମିଲ ହୋଇ ପ୍ରଭୁଙ୍କୁ ଦର୍ଶନ କରିଥିଲେ।ସ୍ନାନଯାତ୍ରାରେ ବଡପଣ୍ଡା ସନ୍ତୋଷ ନାୟକ,ଅର୍ଜୁନ ଆଚାର୍ଯ୍ୟ,ରମେଶ ଚନ୍ଦ୍ର ପାଢୀ ଠାକୁରଙ୍କ ରୀତିନୀତି କାର୍ଯ୍ୟ ତୁଲାଇ ଥିଲେ।ସ୍ନାନଯାତ୍ରାରେ ବଜରଙ୍ଗୀ କମିଟିର ସଦସ୍ୟ ମାନେ ସହଯୋଗ କରିଥିଲେ।ସଂଧ୍ୟାରେ ଗଜାନନ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବାପରେ ଚାରି ବିଗ୍ରହଙ୍କୁ ପହଣ୍ଡିରେ ନିଆଯାଇ ଅଣସର ଘରେ ପ୍ରବେଶ କରାଯିବ ବୋଲି ମନ୍ଦିର କମିଟି ପକ୍ଷରୁ ସୂଚନା ଦିଆଯାଇଛି।ସେହିପରିଭାବେ ଗୋପାଳଜୀୟ ମନ୍ଦିରରେ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା।ପୁରୁଷୋତ୍ତମଦାଶ,ରାଜେଶ ରାଉତ ପୂଜାକାର୍ଯ୍ୟ ତୁଲାଇଥିଲେ।ଏହାପରେ ଶ୍ରଦ୍ଧାଳୁମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଥିଲେ। ବାରକୋଟସ୍ଥିତ ଜଗନ୍ନାଥ ମନ୍ଦିରରେ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ