ହତ୍ୟାକାଣ୍ଡ: ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା: କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।

ପୋଲିସ ସୂଚନାନୁଯାୟୀ, ଗତ ୨୪ ତାରିଖରେ ମୃତକ ଶୁବେ ଶବର ଓ ତାଙ୍କ ସ୍ତ୍ରୀ ସତ୍ୟ ଶବର ଚାଷ ଜମିରୁ ଫେରୁଥିବା ବେଳେ ପୂର୍ବରୁ ଛକି ରହିଥିବା ଅଭିଯୁକ୍ତ ବାପ-ପୁଅ ଲାଠି ଓ ଛୁରିରେ ଆକ୍ରମଣ କରିଥିଲେ। ଗୁରୁତର ଶୁବେ ଶବରଙ୍କୁ ପରିବାର ଓ ଗ୍ରାମବାସୀ ଉଦ୍ଧାର କରି ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣା ପରେ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପ୍ରାଥମିକ ତଦନ୍ତରୁ ପୂର୍ବରୁ ଚାଲିଥିବା ଜମିବାଡ଼ି ବିବାଦ ଏବଂ ସିଭିଲ ମାମଲାରେ ଶୁବେ ଶବରଙ୍କ ସପକ୍ଷରେ ରାୟ ଆସିବା ପରେ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଠାରୁ ସୂଚନା ମିଳିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ