ହତ୍ୟା ମାମଲା: ୨୩ ବର୍ଷ ପରେ ଆସାମୀ ନିର୍ଦ୍ଦୋଷରେ ଖଲାସ

କଟକ: ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଆସାମୀ ମୋହନ କୁମାର ସେନାପତିଙ୍କୁ ହାଇକୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଫଳରେ ଆସାମୀ ୨୩ ବର୍ଷ ପରେ ଜେଲ୍‌ରୁ ମୁକୁଳିବେ । ଆସାମୀ ବିରୋଧରେ ଆସିଥିବା ଅଭିଯୋଗ ପ୍ରମାଣ କରିବାରେ ସରକାର ବିଫଳ ହେବାରୁ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ମାନସ ରଞ୍ଜନ ପାଠକ ଏବଂ ଜଷ୍ଟିସ୍ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ନିମ୍ନ ଅଦାଲତଙ୍କ ଆଦେଶକୁ ରଦ୍ଦ କରିବା ସହ ତାଙ୍କୁ ଦଣ୍ଡମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ମାମଲାରୁ ଜଣାଯାଇଛି ଯେ, ୧୯୯୯ ଅକ୍ଟୋବର ୩୦ରେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଧେପାଗୁଡ଼ା ରାସ୍ତାରେ ଜଣେ ଅଚିହ୍ନା ବ୍ୟକ୍ତି ଆହତ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଥାନାକୁ ଜଣାଇଥିଲେ । ପୁଲିସ୍ ଆସିବା ପୂର୍ବରୁ ଆହତଙ୍କୁ ମେଡିକାଲକୁ ନିଆଯାଇଥିଲା । ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ତାଙ୍କୁ ଲୁଟ୍ କରି କେହି ହତ୍ୟା ଉଦ୍ୟମ କରିଥିବା ତେନ୍ତୁଳିଖୁଣ୍ଟା ପୁଲିସ୍ ପକ୍ଷରୁ ମାମଲା ରୁଜୁ ହୋଇଥିଲା । ମୋହନ ସେନାପତିଙ୍କୁ ଅଭିଯୁକ୍ତ ଦର୍ଶାଯାଇଥିଲା । ପ୍ରତ୍ୟକ୍ଷଦର୍ଶୀ ନଥିଲେ ମଧ୍ୟ ପାରିପାର୍ଶ୍ବକ ସ୍ଥିତିକୁ ନେଇ ନବରଙ୍ଗପୁର ଅତିରିକ୍ତ ସେସନ୍ସ ଜଜ୍ ୨୦୦୩ ଜୁଲାଇ ୩୦ରେ ରାୟ ପ୍ରକାଶ କରି ମୋହନ ସେନାପତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ଏହା ବିରୋଧରେ ମୋହନ ସେନାପତି ହାଇକୋର୍ଟକୁ ଆସିଥିଲେ ।
ହାଇକୋର୍ଟ ରାୟରେ କହିଛନ୍ତି ଯେ, ଲୁଟ୍ ଅଭିପ୍ରାୟ ରଖି ଆସାମୀ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କରିଛନ୍ତି । ସେଥିରେ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି । କିନ୍ତୁ ଏହି ମାମଲାରେ ଟ୍ରାଏଲ୍ କୋର୍ଟ ଲୁଟ୍‌କୁ ନେଇ କୌଣସି ପ୍ରମାଣ ପାଇନାହାନ୍ତି । ତେଣୁ ଆସାମୀଙ୍କୁ ହତ୍ୟା ମାମଲାରୁ ମୁକ୍ତ କରାଗଲା ବୋଲି ହାଇକୋର୍ଟ ଆଦେଶରେ ସ୍ପଷ୍ଟ କରିଛନ୍ତି । ହାଇକୋର୍ଟ ଏହି ମାମଲାରେ ଆଇନଜୀବୀ ସମ୍ବିତ୍ ମହାନ୍ତିଙ୍କୁ ଆମିକସ୍କ୍ୟୁରୀ ନିଯୁକ୍ତ କରିଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ