ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼

ସିଙ୍ଗାପୁର: ହର୍ମୁଜ ପ୍ରଣାଳୀ ଦେଇ ଯାତ୍ରା କରୁଥିବା ସିଙ୍ଗାପୁରର ୨ଟି ପଣ୍ୟବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ ହୋଇଛି। ଜିଏଫଏସ୍‌ ପ୍ରାଇଡ୍‌ ନାମକ ଏକ ପଣ୍ୟବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ ହେବା ଫଳରେ ତାହା ସମୁଦ୍ରରେ ବୁଡ଼ି ଯାଇଥିଲା। ତେବେ ଏଥିରେ ଥିବା ୨୧ଜଣ ନାବିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ସେହିପରି ଜିଏଫଏସ୍‌ ଗିସେଲେ ନାମକ ଅନ୍ୟ ଏକ ପଣ୍ୟବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ ହୋଇଥିଲା। ଏଥିରେ ଜାହାଜର କ୍ଷତି ଘଟିଥିଲେ ମଧ୍ୟ ତାହା ସୁରକ୍ଷିତ ଥିବା ଜଣାପଡ଼ିଛି। ଏହି ଜାହାଜରେ ଥିବା ୨୨ ଜଣ ନାବିକ ଠିକ୍‌ ଥିବା ଜଣାପଡ଼ିଛି। ଦୁଇଟି ଯାକ ଜାହାଜରେ ସିଙ୍ଗାପୁରର କୌଣସି ନାବିକ ନ ଥିଲେ। ପଣ୍ୟବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼କୁ ନେଇ ସିଙ୍ଗାପୁର ତରଫରୁ ଚିନ୍ତାବ୍ୟକ୍ତ କରାଯାଇଛି। ଅନ୍ୟପକ୍ଷରେ ଇରାନର ଆଇଆରଜିସି ତରଫରୁ ବୁଧବାର କୁହାଯାଇଛି ଯେ ହର୍ମୁଜ୍‌ ଦେଇ ଯାତ୍ରା କରୁଥିବା ଏକ ଜାହାଜ ବିପଦପୂର୍ଣ୍ଣ ରାସ୍ତାରେ ଯାଉଥିବା ବେଳେ ସମୁଦ୍ର ତଳେ ବିଛା ଯାଇଥିବା ଏକ ମାଇନ୍ସ ସହ ମାଡ଼ ହେବାରୁ ବିସ୍ଫୋରଣ ହୋଇଥିଲା। ଫଳରେ ଜାହାଜଟି ସମୁଦ୍ରରେ ବୁଡ଼ି ଯାଇଥିଲା।

  • Related Posts

    ଅକ୍ଟୋବର ୧୨ ପଦଯାତ୍ରା ପ୍ରସଙ୍ଗରେ ରାହୁଲ, ଅଖିଳେଶଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

    ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (S.I.R.)ରେ କଥିତ ଅନିୟମିତତାକୁ ବିରୋଧ କରି ଗତ ଅକ୍ଟୋବର ୧୨ ତାରିଖରେ ସୁପ୍ରିମକୋର୍ଟ ଅଭିମୁଖେ ହୋଇଥିବା ପଦଯାତ୍ରା ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ…

    Continue reading
    ଧର୍ମ ପରିବର୍ତ୍ତନ କଲେ ମିଳିବନି ସଂରକ୍ଷଣ

    ନୂଆଦିଲ୍ଲୀ: ଧର୍ମ ପରିବର୍ତ୍ତନ କରିବା ପରେ ମଧ୍ୟ ସଂରକ୍ଷଣ ଦାବି କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଏକ ବଡ଼ ସୁ୍ପ୍ରିମ ଝଟ୍‌କା ଲାଗିଛି । ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ ସ୍ପଷ୍ଟ କରିଛନ୍ତି ଯେ, ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି