ହସ୍ତତନ୍ତ ଓ ହସ୍ତଶିଳ୍ପ ଆମ ସାଂସ୍କୃତିକ ଐତିହ୍ୟର ବାର୍ତ୍ତାବହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ହସ୍ତତନ୍ତ ଓ ହସ୍ତଶିଳ୍ପ ଆମ ସାଂସ୍କୃତିକ ଐତିହ୍ୟର ବାର୍ତ୍ତାବହ । ଏହାର ସଂରକ୍ଷଣ ସହ ବୁଣାକାର ଓ କାରିଗରଙ୍କ ଆର୍ଥିକ ସମୃଦ୍ଧି ପାଇଁ ବଜାର ସଂଯୋଗ ଓ ସହଯୋଗର ଆବଶ୍ୟକତା ରହିଛି ବୋଲି ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଛନ୍ତି । ଭାରତ ସରକାରଙ୍କର ବୟନ ମନ୍ତ୍ରାଳୟ ପକ୍ଷରୁ ଭୁବନେଶ୍ଵର ହୋଟେଲ୍ ତାଜ୍ ଭିଭାନ୍ତାଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ହସ୍ତତନ୍ତ ଓ ହସ୍ତଶିଳ୍ପ ସମ୍ମିଳନୀର ଶୁଭ ଉଦ୍ଘାଟନ କରିବା ଅବସରରେ ସେ ଏହା କହିଛନ୍ତି ।

ଏହି କାର୍ୟ୍ୟକ୍ରମରେ ବୟନ ମନ୍ତ୍ରାଳୟର ଉନ୍ନୟନ ଆୟୁକ୍ତ (ହସ୍ତତନ୍ତ) ବୀଣା କୁମାରୀ ମୀନା ଏବଂ ଉନ୍ନୟନ ଆୟୁକ୍ତ (ହସ୍ତଶିଳ୍ପ) ଅମୃତା ରାଜ୍ ଯୋଗ ଦେଇ ଶିଳ୍ପୀମାନଙ୍କ ଜୀବନ-ଜୀବିକାକୁ ଅଧିକ ସମୃଦ୍ଧ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତା ସମ୍ପର୍କରେ ଉପସ୍ଥାପନ କରିଥିଲେ । ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ । ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ପରମ୍ପରା ଓ ନବସୃଜନର ମିଶ୍ରଣ ସହ ବଜାର ଚାହିଦା ବୃଦ୍ଧି ପାଇଁ ଓଡ଼ିଶା ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସେ ଉପସ୍ଥାପନ କରିଥିଲେ । ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସମଗ୍ର ଦେଶ ପାଇଁ ଉଦାହରଣ ବୋଲି ସେ କହିଥିଲେ ।

ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ଆୟୋଜିତ ଏହି ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅଧିକାରୀମାନେ ଅଂଶଗ୍ରହଣ କରିଛନ୍ତି । ବୁଣାକାର ଓ କାରିଗରଙ୍କ ସାମାଜିକ-ଆର୍ଥିକ ଉନ୍ନତି ପାଇଁ ବିଚାର ବିମର୍ଶ ହେବା ସହ ନୂତନ ଯୋଜନା ପ୍ରଣୟନ ପାଇଁ ଆଲୋଚନା ହୋଇଛି । ମୁକ୍ତ ଆଲୋଚନାଚକ୍ରରେ ନୀତି ନିର୍ଦ୍ଧାରକ, ବୁଣାକାର, କାରିଗର, ବୁଦ୍ଧିଜୀବୀମାନେ ଭାରତର ହସ୍ତତନ୍ତ ଓ ହସ୍ତଶିଳ୍ପର ସମୃଦ୍ଧି ପାଇଁ ଆବଶ୍ୟକୀୟ ପଦକ୍ଷେପ ଉପରେ ଆଲୋଚନା କରିଥିଲେ । ଏହି ଅବସରରେ ହସ୍ତତନ୍ତ ଓ ହସ୍ତଶିଳ୍ପ ଉପରେ ପ୍ରସ୍ତୁତ ବୃତ୍ତଚିତ୍ର ପ୍ରଦର୍ଶିତ ହୋଇଥିଲା । ଓଡ଼ିଶାର ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତକୁ ନେଇ ଆୟୋଜିତ ପ୍ରଦର୍ଶନୀକୁ ବିଭିନ୍ନ ରାଜ୍ୟର ଅଧିକାରୀମାନେ ଭୂୟଶୀ ପ୍ରଶଂସା କରିଥିଲେ । ଏହି ଅବସରରେ ଆୟୋଜିତ ବିଭିନ୍ନ ଆଲୋଚନାଚକ୍ରରେ ବଜାର ସଂଯୋଗ, କ୍ଲଷ୍ଟର୍ ବିକାଶ, ଭିତ୍ତିଭୂମିର ବିକାଶ, କୁଶଳତା ବୃଦ୍ଧି ପାଇଁ ପ୍ରଶିକ୍ଷଣ, ବ୍ରାଣ୍ଡିଂ, କଞ୍ଚାମାଲ ଯୋଗାଣ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ଦେଇଥିଲେ ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ