ହସ୍ପିଟାଲରେ ବିସ୍ଫୋରଣ: ରୋଗୀଙ୍କର ମୃତ୍ୟ

ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍‌ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍‌ ଶଟ୍‌ସର୍କିଟ ହୋଇ ଟ୍ରାନ୍ସଫର୍ମରରେ ବିସ୍ଫୋରଣ ହୋଇଥିଲା। ଫଳରେ ବିଜୁଳି ଯୋଗାଣ ଠପ୍‌ ହୋଇଯାଇଥିଲା। ଏହାପରେ ହସ୍ପିଟାଲରେ ରୋଗୀସେବା ବ୍ୟାହତ ହୋଇଛ।

ଶନିବାର ଅପରାହ୍ନ ସୁଦ୍ଧା ବିଜୁଳି ଆସି ନାହିଁ। ସର୍ଜରୀ ଓ୍ବlର୍ଡ, ଡାୟାଲିସିସ୍‌ ୟୁନିଟ୍‌, ମେଡିଶିନ ଓ୍ବାର୍ଡ, ଆଶୁ ଚିକିତ୍ସା ରୋଗୀମାନେ ଅନ୍ଧାରରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି, ରୋଗୀ ପଞ୍ଜୀକରଣ କାଉଣ୍ଟରରେ ନାମକରଣ ହୋଇପାରୁ ନ ଥିବାରୁ ଶନିବାର ଦୂରଦୂରାନ୍ତରୁ ଆସିଥିବା ରୋଗୀମାନେ ଦୀର୍ଘ ୫ ଘଣ୍ଟା ଧରି ଅପେକ୍ଷା କରି ରହିଥିବା ଦେଖିବାକୁ ମିଳିଥିଲା। ରୋଗୀମାନେ ଓପିଡିରେ ଡାକ୍ତର ଦେଖାଇ ପାରୁନାହାନ୍ତି। ବିଜୁଳି ନ ଥିବାରୁ ରଞ୍ଜନରଶ୍ମୀ, ଅଲଟ୍ରାସାଉଣ୍ଡ ମଧ୍ୟ କାମ କରୁନାହିଁ। ଡାୟାଲିସିସ୍‌ ୟୁନିଟ୍‌ରେ ବିଜୁଳି ନ ଥିବାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

Related Posts

ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

Continue reading
ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ