ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଞ୍ଜ ଢୋଲମଣ୍ଡଳ ସେକ୍ସନ ବାନ୍ଧନପାଲି ଗାଁ ରାଜୁ ଜଙ୍ଗଲରେ ହାତୀ ଆକ୍ରମଣରେ ତିନି ଜଣ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ- ପ୍ରଶାନ୍ତ ନାଏକ, ରୁପେଶ ଛତ୍ରିଆ ଓ ତାରେଶ୍ୱର ରଣା।
ଏହି ତିନି ବନ କର୍ମଚାରୀଙ୍କୁ ଉଦ୍ଧାର କରି ପ୍ରଥମେ ତୁରେକେଲା ଡାକ୍ତରଖାନା ନିଆଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ହାତୀ ଘଉଡ଼ାଉ ଥିବା ବେଳେ ସେମାନଙ୍କର ଏହି ଅବସ୍ଥା ହୋଇଥିଲା। ତେବେ ଏନେଇ ବନ ବିଭାଗ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।
ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ
ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…







