ହାତୀ ଆକ୍ରମଣରେ ଯୁବକର ମୃତ୍ୟୁରେ ସଙ୍ଘାପଶିରେ ଉତ୍ତେଜନା

ହାତୀକୁ ଘଉଡ଼ାଇବା ଓ କ୍ଷତିପୂରଣ ଦାବିରେ ୨୦ ଘଣ୍ଟା ଧରି ଶବକୁ ଛାଡ଼ିଲେନି

ଦେବଗଡ଼ ଜିଲ୍ଲା ରିଆମାଳ ବନାଞ୍ଚଳ ଚଢ଼େଇମରା ପଞ୍ଚାୟତ ଅନ୍ତର୍ଗତ ସାଙ୍ଗାପସି ତଳ ସାହିରେ ବୁଧବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଉତ୍ତେଜନା ଦେଖାଯାଇ ଥିଲା।ହାତୀକୁ ଘଉଡ଼ାଇବା ସହ ଗ୍ରାମବାସୀଙ୍କ ସୁରକ୍ଷା ସୁନିଶ୍ଚିତ କରାଯାଉ ଓ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ଦାବି କରି ଗ୍ରାମବାସୀ ଘଟଣାସ୍ଥଳରୁ ଶବ ଉଠାଇବାକୁ ବିରୋଧ କରିଥିଲେ ଓ ଶବ ସମ୍ମୁଖରେ ଧାରଣା ଦେଇଥିଲେ।ଫଳରେ ମୃତକ ଅନୁଗୁଳ ଜିଲ୍ଲା ରତଲେଇର ଜଗନ୍ନାଥପୁର ଗ୍ରାମର ସୁଶାନ୍ତ ନାୟକଙ୍କ ଶବ ପ୍ରାୟ ୨୦ ଘଣ୍ଟା ଧରି ଶବ ପଡ଼ି ରହିଥିଲା। ଖବର ପାଇ ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଏବଂ ରିଆମାଳ ବ୍ଲକ ଅଧ୍ୟକ୍ଷ ମଧୁସୂଦନ ପ୍ରଧାନ ଧାରଣାରେ ଯୋଗ ଦେଇଥିଲେ ଏବଂ ହାତୀ ଆକ୍ରମଣ ନିୟନ୍ତ୍ରଣ ପାଇଁ ଦୃଢ଼ ପଦକ୍ଷେପ ନେବାକୁ ପ୍ରଶାସନକୁ ଚାପ ପକାଇଥିଲେ। ଉତ୍ତେଜନା ବୃଦ୍ଧି ପାଇବାରୁ ଶାନ୍ତି ବଜାୟ ରଖିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରିଥିଲେ।ପରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ, ଉପ ଜ଼ିଲ୍ଲାପାଳ ପରିକ୍ଷିତ ସାହୁ, ଏସଡିପିଓ ରମେଶ ମହାନା ଏବଂ ଏସିଏଫ୍ ସ୍ୱାଧୀନତା ସାହାଣୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆଲୋଚନା ପରେ, ଅଧିକାରୀମାନେ ପରିବାରକୁ କ୍ଷତିପୂରଣ ପ୍ରତିଶ୍ରୁତି ଦେଇଥିଲେ ଏବଂ ହାତୀ ଘଉଡ଼ାଇବା ପାଇଁ ଅଧିକ କର୍ମଚାରୀ ନିୟୋଜିତ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।୧୫ ଦିନ ମଧ୍ୟରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ମଧ୍ୟ ପ୍ରତିଶୃତି ଦେଇଥିଲେ।ଏହି ପ୍ରତିଶ୍ରୁତି ପରେ, ଗାଁ ଲୋକମାନେ ଅପରାହ୍ନ ପ୍ରାୟ ୨ଟା ସମୟରେ ଧାରଣା ପ୍ରତ୍ୟାହାର କରି ନେଇଥିଲେ, ଏବଂ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବାକୁ ଅନୁମତି ଦେଇଥିଲେ।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ