ହାତୀ ଆକ୍ରମଣରେ ଯୁବକ ମୃତ

ବେଗୁନିଆ: ଖୋର୍ଦ୍ଧାଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଫାଣ୍ଡି ଅଞ୍ଚଳରେ ହାତୀ ଆତଙ୍କ ଜଣେ ଯୁବକଙ୍କ ଜୀବନ ନେଇଛି। ହାତୀ ଆକ୍ରମଣରେ ନିଧିପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକେ ହଜ ଛକଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।ସୂଚନା ଅନୁଯାୟୀ, ନିଧିପୁର ଆଦିବାସୀ ସାହିର ସ୍ୱର୍ଗତ ଦିଜବର ନାୟକଙ୍କ ପୁଅ ସୁଶାନ୍ତ କୁମାର ନାୟକ (୩୫) ଗତକାଲି (ଗୁରୁବାର) ରାତି ପ୍ରାୟ ୧୦:୩୦ ସମୟରେ ହଜ ଗ୍ରାମରୁ ନିଜ କାମ ସାରି ସାଇକେଲ ଯୋଗେ ଘରକୁ ଫେରୁଥିଲେ। ହଜ-ନିଧିପୁର ରାସ୍ତାର କଲରାଝର ଗ୍ରାମ ଶେଷମୁଣ୍ଡରେ ଏକ ହାତୀ ସହ ସୁଶାନ୍ତଙ୍କ ସାମ୍ନାସାମ୍ନି ହୋଇଥିଲା। ହାତୀଟି ସୁଶାନ୍ତଙ୍କୁ ଦଳିଚକଟି ମାରିଦେବା ସହ ତାଙ୍କ ସାଇକେଲକୁ ମଧ୍ୟ ଭାଙ୍ଗି ଚୂରମାର କରିଦେଇଛି।
ଆଜି ସକାଳୁ ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକେ ଉତ୍ୟକ୍ତ ହୋଇ ପଡ଼ିଥିଲେ। ନାରଗୋଦା ଜଙ୍ଗଲରେ ରହୁଥିବା ହାତୀପଲ ବର୍ଷତମାମ ଅଞ୍ଚଳରେ ଫସଲ ନଷ୍ଟ କରିବା ସହ ଧନଜୀବନ ହାନି କରୁଥିବାରୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ ପରେ ତାଙ୍କ ବିଧବା ମା’, ସ୍ତ୍ରୀ ଓ ଦୁଇ ନାବାଳକ ସନ୍ତାନ ଅସହାୟ ହୋଇପଡ଼ିଛନ୍ତି।
ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଦାବିରେ ଗ୍ରାମବାସୀମାନେ ହଜ ଛକଠାରେ ନୟାଗଡ-ପୁରୀ- ନୂଆ ଜଗନ୍ନାଥ ସଡ଼କକୁ ଅବରୋଧ କରିଥିଲେ। ରାସ୍ତା ଉପରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରାଯିବା ଫଳରେ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।

  • Related Posts

    ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

    ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର…

    Continue reading
    ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

    ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ