ହାତୀ ଆକ୍ରମଣରେ ୩ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଝୁଲଣା ଦେହୁରୀ (୫୫) ଏବଂ ତାଙ୍କ ଦେଢ଼ଶୂର କରୁଣାକର ଦେହୁରୀ (୬୦) ଏବଂ ଶଶି ସାହୁ।
ଗୁରୁବାର ଝୁଲଣା ଦେହୁରୀ ଫୁଲ ତୋଳୁଥିବା ସମୟରେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ସେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ଦେଢ଼ଶୂର କରୁଣାକର ଦେହୁରୀ ବାହାରକୁ ଆସିଥିଲେ। ହାତୀ କରୁଣାକରଙ୍କୁ ଦେଖି ଆକ୍ରମଣ କରିଥିଲା। ଉଭୟ ଝୁଲଣା ଏବଂ କରୁଣାକରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।ଏହାପରେ ଗାଁର ଶଶି ସାହୁ ହାତୀ ସହ ମୁହାଁମୁହିଁ ହୋଇଥିଲେ। ହାତୀ ତାଙ୍କୁ ଆକ୍ରମଣ କରିଥିଲା। ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ଲାଗି ଅନୁଗୁଳ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ‌ ଘୋଷଣା କରିଥିଲେ।

ହାତୀ ଆକ୍ରମଣ ସ୍ଥାନୀୟ ଅଞ୍ଚଳରେ ଘଟି ଚାଲିଥିବାବେଳେ ପ୍ରଶାସନ ଏନେଇ ନୀରବ ରହିଥିବା ଲୋ‌କେ ଅଭିଯୋଗ କରିଛନ୍ତି। ଏହି ଘଟଣାପରେ ଗାଁଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ପୁରୁଣା କଟକସମ୍ବଲପୁର ରାସ୍ତା ସାତ ମାଇଲ ଛକରେ ଲୋକେ ମୃତଦେହକୁ ରାସ୍ତାରେ ରଖି ରାସ୍ତା ରୋକ କରିଛନ୍ତି। ଉତ୍ୟକ୍ତ ଲୋକେ କ୍ଷତିପୂରଣ ଦାବି କରିବା ସହିତ ହାତୀ ଆକ୍ରମଣରୁ ଲୋକଙ୍କ ସୁରକ୍ଷା ପାଇଁ ସ୍ଥାନୀୟ ଅଞ୍ଚଳରେ ସୌର ବାଡ଼ ନିର୍ମାଣ ପାଇଁ ଦାବି କରିଛନ୍ତି।

  • Related Posts

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’