ହିନ୍ଦୀରେ ସ୍ବାଗତ ଭାଷଣ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସ୍ବାଗତ ଭାଷଣ ହିନ୍ଦୀରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର ବିକାଶ, ସାମାଜିକ ସମାନତା ଏବଂ ଅର୍ଥନୈତିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।

ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଦେଇ କହିଥିଲେ, ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ। ମୋଦିଙ୍କ ପାଇଁ ଦେଶ ଆଜି ପୂରା ସୁରକ୍ଷିତ। ଦେଶ ଆଜି ବିଶ୍ବର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି। ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳି ସାରିଛି। ଓଡ଼ିଶା ବିକାଶ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିଛି। ସମସ୍ତ ୩୦ ଜିଲ୍ଲା ଗସ୍ତ କରି ମୁଁ ଲୋକଙ୍କ ଦୁଃଖ ବୁଝିଛି। ଏବେଯାଏ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରିପାରିଛୁ।

‘ଲକ୍ଷପତି ଦିଦି’ ସୃଷ୍ଟିରେ ସାରା ଦେଶରେ ପ୍ରଥମ ହୋଇପାରିଛୁ। ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରିଛୁ। ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ। ୨୮ ହଜାରରୁ ଊଦ୍ଧର୍‌ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ