ହୀରାକୁଦର ବଢ଼ୁଛି ଜଳସ୍ତର

ଉପରମୁଣ୍ଡରେ ଲଗାଣ ବର୍ଷା ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୬.୩୯ ଫୁଟରେ ପହଞ୍ଚିଥିବା ବେଳେ ଆଗାମୀ ସମୟରେ ଏହା ଆହୁରି ବଢ଼ିବାର ସମ୍ଭାବନା ରହିଛି । ଲଗାତାର ବର୍ଷା ଯୋଗୁଁ ମହାନଦୀ ଓ ଏହାର ଉପନଦୀଗୁଡ଼ିକରେ ଜଳପ୍ରବାହ ବୃଦ୍ଧି ପାଇଥିବାରୁ ଡ୍ୟାମକୁ ବିପୁଳ ପରିମାଣର ଜଳ ପ୍ରବେଶ କରୁଛି । ସୂଚନା ଅନୁସାରେ, ପ୍ରତି ସେକେଣ୍ଡରେ ୨ ଲକ୍ଷ ୭୩ ହଜାର ୭୧୫ କ୍ୟୁସେକ ଜଳ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଜଳସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ ଡ୍ୟାମର ୨ଟି ଗେଟ୍ ଖୋଲାଯାଇଛି । ଏହି ଦୁଇଟି ଗେଟ୍ ଦେଇ ବର୍ତ୍ତମାନ ୬୩ ହଜାର ୯୭୦ କ୍ୟୁସେକ ବନ୍ୟାଜଳ ନିଷ୍କାସନ କରାଯାଉଛି । ସେପଟେ ତଳମୁଣ୍ଡରେ ମଧ୍ୟ ଜଳପ୍ରବାହ ବଢ଼ିଛି। କଟକ ମୁଣ୍ଡଳିରେ ବର୍ତ୍ତମାନ ପ୍ରାୟ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି ।

ଏହାକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ପରାମର୍ଶ ମାନିବାକୁ କୁହାଯାଇଛି । ଗତ ୨୪ ଘଣ୍ଟାର ବର୍ଷା ତଥ୍ୟ ମଧ୍ୟ ଚିନ୍ତା ବଢ଼ାଇଛି । ବୁର୍ଲାରେ ୧୨୧.୫ ମିଲିମିଟର ଏବଂ ହୀରାକୁଦରେ ୧୦୬ ମିଲିମିଟର ବର୍ଷା ରେକର୍ଡ ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ଆଗାମୀ କିଛି ଦିନ ଆହୁରି ବର୍ଷାର ସମ୍ଭାବନା ଥିବାରୁ ପରିସ୍ଥିତି ଉପରେ ଜଳସମ୍ପଦ ବିଭାଗ ଓ ପ୍ରଶାସନ ପକ୍ଷରୁ କଡ଼ା ନଜର ରଖାଯାଇଛି । ହୀରାକୁଦ ଜଳଭଣ୍ଡାରକୁ ବଢ଼ୁଥିବା ଜଳ ପ୍ରବେଶ ଏବଂ ତଳମୁଣ୍ଡରେ ବଢ଼ୁଥିବା ଜଳପ୍ରବାହକୁ ନେଇ ନଦୀକୂଳବର୍ତ୍ତୀ ଅଞ୍ଚଳରେ ସତର୍କତା ଜାରି କରାଯାଇଛି । ପରିସ୍ଥିତି ଉପରେ ପ୍ରଶାସନ ଓ ଜଳସମ୍ପଦ ବିଭାଗ ପକ୍ଷରୁ ନିରନ୍ତର ନଜର ରଖାଯାଉଛି ।

  • Related Posts

    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading
    ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ମାମଲାର ଆଜି ଶୁଣାଣି

    ଆଜି ହାଇକୋର୍ଟରେ ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ମାମଲାର ଶୁଣାଣି ହେବ। ଏହା ପୂର୍ବରୁ ଗତକାଲି ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏଜି ପୀତାମ୍ବର ଆଚାର୍ଯ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ