ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଖୋଲିଲା

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ଅପରାହ୍‌ଣରେ ପୁଣି ଦୁଇଟି ଗେଟ୍‌ ଖୋଲି ଦିଆଯାଇଛି।ସୂଚନା ଅନୁସାରେ ହୀରାକୁଦ ଜଳଭଣ୍ଡାରରେ ଧୀରେଧୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ କ୍ରମାଗତ ଭାବେ ପର୍ୟ୍ୟାୟ କ୍ରମେ ଗେଟ୍‌ଗୁଡ଼ିକ ଖୋଲାଯାଉଛି। ଏହି କ୍ରମରେ ଆଜି ଅପରାହ୍‌ଣରେ ପୁଣି ୨ଟି ଗେଟ୍‌ ଖୋଲି ଦିଆଯାଇଛି। ପୂର୍ବରୁ ୧୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ସମୟରେ ମୋଟ୍‌ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆବଶ୍ୟକ ହେଲେ ଆହୁରି ଗେଟ୍‌ ଖୋଲା ଯାଇପାରେ।
ଅନ୍ୟପଟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଖୋଲାଯାଇ ଥିବାରୁ ମହାନଦୀରେ ବନ୍ୟା ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି। ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ