ହୁଣ୍ଡି ଉଠିବାର ୭ ଦିନ ଭିତରେ ଧାଡ଼ି ଦର୍ଶନ ପ୍ରକ୍ରିୟା : ପୃଥ୍ବୀରାଜ ହରିଚନ୍ଦନ

ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅନୁଗୁଳ ଗସ୍ତ ଅବସରରେ ବିଭିନ୍ନ ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଖୁବ୍‌ ଶୀଘ୍ର ଶ୍ରୀମନ୍ଦିରରେ ହେବ ହୁଣ୍ଡି ପରିବର୍ତ୍ତନ। ହୁଣ୍ଡି ଉଠିବାର ପ୍ରକ୍ରିୟା ଆରମ୍ଭ ହୋଇଛି। କାର୍ୟ୍ୟ ଅନୁମତି ଦିଆଯାଇଛି। ହୁଣ୍ଡି ଉଠିବାର ୭ ଦିନ ଭିତରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ।
ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଆହୁରି କହିଛନ୍ତି, ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଞ୍ଜାମ ଜିଲ୍ଲାକୁ ଆସିବାର କାର୍ୟ୍ୟକ୍ରମ ରହିଛି। ସେବା ପକ୍ଷ କାର୍ୟ୍ୟକ୍ରମରେ ଯୋଗଦେବାକୁ ଗୋପାଳପୁର ଆସିବେ ପ୍ରଧାନମନ୍ତ୍ରୀ। ତେବେ ସବିଶେଷ କାର୍ୟ୍ୟସୂଚୀ ଆସିନି। କାର୍ୟ୍ୟକ୍ରମରେ କିଛି ପରିବର୍ତ୍ତନ ମଧ୍ୟ ହୋଇପାରେ। ତେବେ ଭୁବନେଶ୍ଵର ଆସିବାର କୌଣସି ଯୋଜନା ନାହିଁ। ପ୍ରଧାନମନ୍ତ୍ରୀ ସବୁବେଳେ ଓଡ଼ିଶାକୁ ଗୁରୁତ୍ଵ ଦେଉଛନ୍ତି। ଓଡ଼ିଶା ପ୍ରତି ତାଙ୍କର ସ୍ଵତନ୍ତ୍ର ଆକର୍ଷଣ ରହିଛି। ତାଙ୍କର ନିର୍ବାଚନ ପ୍ରଚାର ମହାପ୍ରଭୁ ଜଗନ୍ନାଥଙ୍କ ଠାରୁ ଆରମ୍ଭ କରିଥିଲେ। ଓଡ଼ିଶା ପ୍ରତି ଥିବା ତାଙ୍କ ଅବଦାନକୁ ଆହୁରି ଆଗକୁ ନେବାକୁ ସେ ଲକ୍ଷ୍ୟ ରଖିଛନ୍ତି।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ