ହୁସିଆର ଅପରାଗ ଅଧିକାରୀ: ସରକାର ମାଗିଲେ ତଥ୍ୟ

ଭୁବନେଶ୍ୱର:ରାଜ୍ୟର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ଟିକିନିଖି ହିସାବ ରାଜ୍ୟ ସରକାର ଲୋଡ଼ିଛନ୍ତି। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ ବୈଠକରେ ସମସ୍ତ ସଚିବଙ୍କୁ ସୂଚାଇ ଥିବାବେଳେ ଜୁଲାଇ ୩୧ରେ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ(ଓଏସ୍‌ଡି) କଲ୍ୟାଣ କୁମାର ରଥ ସମସ୍ତ ବିଭାଗର ସଚିବମାନଙ୍କୁ ପତ୍ର ଲେଖିଛନ୍ତି। ଚଳିତମାସ ୭ତାରିଖ ପୂର୍ବରୁ ସରକାରଙ୍କୁ ସମସ୍ତ ତଥ୍ୟ ଅବଗତ କରାଇବାକୁ ସେ ଦର୍ଶାଇଛନ୍ତି। ଏହାକୁ ନେଇ ସବୁ ବିଭାଗରେ ଏବେ ଘଣ୍ଟାଚକଟା ଆରମ୍ଭ ହୋଇଯାଇଛି। ବିଭାଗରେ କେତେ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି, ସେନେଇ ଖୋଳତାଡ଼ ଆରମ୍ଭ ହୋଇଥିବାବେଳେ ସୋମବାର ଜଳସମ୍ପଦ ବିଭାଗ ପକ୍ଷରୁ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକୁ ନେଇ ଅତିରିକ୍ତ ସଚିବ ସମସ୍ତ ଅଧିକାରୀଙ୍କଠାରୁ ରିପୋର୍ଟ ଲୋଡ଼ିଛନ୍ତି।
ସବୁ ବିଭାଗୀୟ ସଚିବଙ୍କୁ ଓଏସ୍‌ଡି କଲ୍ୟାଣ କୁମାର ପ୍ରଦାନ କରିଥିବା ପତ୍ରରେ ଦର୍ଶାଇଛନ୍ତି ଯେ, ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ଜଣାଉଛି କି ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଗତ ସଚିବସ୍ତରୀୟ ବୈଠକରେ ଆଲୋଚନା ହୋଇଥିଲା। ସେଥିମଧ୍ୟରେ କର୍ମଚାରୀଙ୍କ ଅବସରଠାରୁ ଆରମ୍ଭ କରି ବାଧ୍ୟତାମୂଳକ ଅବସର ପର୍ୟ୍ୟନ୍ତ, ପ୍ରଶାସନରେ ବୈଷୟିକ ପ୍ରଣୟନ, ନାଗରିକକୈନ୍ଦ୍ରିକ ସରକାରଙ୍କ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟସଚିବ ୧୨ଟି ବିଷୟ ଉପରେ ଏହାର ସ୍ଥିତାବସ୍ଥା ସମ୍ପର୍କରେ ଜାଣିବାକୁ ଚାହିଁଛନ୍ତି।
ସେ ଦର୍ଶାଇଛନ୍ତି, ପ୍ରତ୍ୟେକ ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ୟ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ। ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାଯର୍ର୍‌ୟ ସମ୍ପାଦନା କରୁ ନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଏ ସମ୍ପର୍କରେ କେଉଁ ବିଭାଗ କେତେ କର୍ମଚାରୀଙ୍କ କାର୍ୟ୍ୟଶୈଳୀ ସମୀକ୍ଷା କରିଛି ଏବଂ କେତେଜଣଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି ତା’ର ବିବରଣୀ ପ୍ରଦାନ କରିବାକୁ ହେବ। ଏହାସହିତ କେତେଜଣ ସରକାରୀଚାକିରିଆଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତା’ର ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଅପ୍‌ଲୋଡ୍‌ ହୋଇଛି କିମ୍ବା ଗଚ୍ଛିତ ରହିଛି ତା’ର ବିବରଣୀ ମଧ୍ୟ ଦେବାକୁ ପଡ଼ିବ। ସେହିପରି ଯେଉଁ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ଯଦି ସେ ପଦୋନ୍ନତି ପାଇବାକୁ ଯୋଗ୍ୟ ଅଛନ୍ତି ତାଙ୍କର ନାମ ପଦୋନ୍ନତି ତାଲିକାରେ ନ ଦର୍ଶାଇ କେବଳ ସିଲ୍‌ଡ କଭର ଭିତରେ ରଖାଯାଇପାରିବ ବୋଲି ସେ ଦର୍ଶାଇଛନ୍ତି।
ସେହିପରି ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଚାକିରିଆଙ୍କ ଅବସରଦିନ ପୂର୍ଣ୍ଣାଙ୍ଗ ପେନ୍‌ସନ ପ୍ରଦାନ କରାଯିବାକୁ କୁହାଯାଇଥିଲା। ତେଣୁ ସମ୍ପୃକ୍ତ ବିଭାଗରେ କେତେଜଣ ଚାକିରିଆ କେଉଁ ମାସରେ ଅବସର ନେଇଛନ୍ତି ଏବଂ କେତେଜଣଙ୍କୁ ବାସ୍ତବରେ ତାଙ୍କର ପେନ୍‌ସନ ପ୍ରମାଣପତ୍ର ପ୍ରଦାନ କରାଯାଇଛି ତା’ର ବିବରଣୀ ନିର୍ଦ୍ଦିଷ୍ଟ ଫର୍ମାଟରେ ଦେବାକୁ ହେବ।ଏହାସହିତ ସରକାରଙ୍କ ପକ୍ଷରୁ ବିଭାଗୀୟ ସଚିବଙ୍କ ସହିତ ବରିଷ୍ଠ ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ କରିବାପାଇଁ କୁହାଯାଇଥିଲା। ଏହାକୁ ନେଇ କେଉଁ ଅଧିକାରୀ କେଉଁ ତାରିଖରେ କେଉଁ ସ୍ଥାନକୁ ଗନ୍ତବ୍ୟ କରିଛନ୍ତି ଏବଂ ତୃଣମୂଳସ୍ତରରେ ସରକାରଙ୍କ ଯୋଜନା କାର୍ୟ୍ୟକାରିତା ସମ୍ପର୍କରେ କ’ଣ ତଥ୍ୟ ରହିଛି ତାହା ଜଣାଇବାକୁ ପତ୍ରରେ ଉଲ୍ଲେଖ ରହିଛି। ଏହାସହିତ କର୍ମଚାରୀଙ୍କ ଉପସ୍ଥାନ, ବିଭାଗଓ୍ବାରି କେତେ ପଦ ଖାଲି ରହିଛି ଭଳି ବିଭିନ୍ନ ଦିଗ ଉପରେ ହୋଇଥିବା ଆଲୋଚନାକୁ ନେଇ ବିବରଣୀ ପ୍ରଦାନ କରିବାକୁ ଓଏସ୍‌ଡି ପତ୍ରରେ ଦର୍ଶାଇଛନ୍ତି।

  • Related Posts

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ…

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର : ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ଏହି ସେଣ୍ଟର…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ