୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଙ୍କ ପ୍ରସବ ଘଟଣାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ ପରେ ବୁଧବାର କୋର୍ଟ ଚାଲାଣ କରିଛି। ସେ ହେଲେ ଚିତ୍ରକୋଣ୍ଡା ଥାନା ଦିସାରିଗୁଡ଼ା ଗ୍ରାମର ସୁଶାନ୍ତ ଖିଲ (୨୨)। କୋର୍ଟ ଚାଲାଣ ପରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ସୋମବାର ଛାତ୍ରୀ ଜଣକ ମାଟ୍ରିକ୍‌ ପରୀକ୍ଷା ଦେଇ ଛାତ୍ରୀନିବାସକୁ ଫେରିବା ପରେ ସନ୍ଧ୍ୟାରେ ପ୍ରସବ ଯନ୍ତ୍ରଣା ଅନୁଭବ କରି ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହି ଘଟଣା ବିଦ୍ୟାଳୟ କର୍ତ୍ତୃପକ୍ଷ ଜାଣିବା ପରେ ପରିବାରବର୍ଗଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀକରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ନାବାଳିକାଙ୍କ ସହ ନବଜାତକକୁ ଚିତ୍ରକୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ମାଲକାନଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣାକୁ ନେଇ ଚିତ୍ରକୋଣ୍ଡା ପୋଲିସ ପ୍ରାଥମିକ ତଦନ୍ତ ପରେ ଏଥିରେ ଦିସାରିଗୁଡା ଗ୍ରାମର ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣି ତାଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଚଳାଇଥିଲା।

  • Related Posts

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ଭୁବନେଶ୍ୱର : ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଧିନ ଧୀରୁକୁଟୀ ବସ୍ତିରେ ଜଣେ ନବବିବାହିତଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି । ଝିଅଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର…

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ଗଞ୍ଜାମ : ନିଜ ଜନ୍ମ କଲା ମାଆକୁ ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଆସିକା ଥାନା ଦନ୍ତରୀ ବିଗଡ ଗାଁରେ। ଜମିବାଡି ବିବାଦକୁ କେନ୍ଦ୍ର କରି ଏଭଳି କାଣ୍ଡ…

    Leave a Reply

    Your email address will not be published. Required fields are marked *

    You Missed

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ

    ଲଘୁଚାପ: ୧୨ରୁ ପ୍ରବଳ ବର୍ଷିବ

    ଲଘୁଚାପ:  ୧୨ରୁ ପ୍ରବଳ ବର୍ଷିବ

    ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

    ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର