୧୦ ପ୍ରସ୍ତାବକୁ ମିଳିଳା କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୭ଟି ବିଭାଗରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ସୂଚନା ଦେଇଛନ୍ତି। ଶ୍ରୀ ମାଝୀ କହିଛନ୍ତି, ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷ ବୟସରୁ ଅଧିକ ଲୋକଙ୍କ ଲାଗି ‘ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଞ୍ଜୁରୀ ମିଳିଛି। ସେହିପରି ପରିବାର ପିଛା ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାମ କରିବ। ଏହି ଯୋଜନା ଦ୍ବାରା ହିତାଧିକାରୀମାନେ କ୍ୟାସ୍‌ଲେସ୍‌ ସୁବିଧା ପାଇପାରିବେ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ସରକାର ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ଦେଇଛନ୍ତି। ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।

ରାଜ୍ୟରେ ଚଳିତ ବର୍ଷ ଅପ୍ରେଲ୍‌ ପହିଲାରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁହେବ। ପ୍ରଧାନମନ୍ତ୍ରୀ-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାର ପରିବାର ହେବେ ଉପକୃତ। ସେହିପରି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଲାଭ ପାଇବେ। ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ୟ୍ୟକାରୀ କରାଯିବ। ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ