୧୦ ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ:ଆଜି କନ୍ଧମାଳ ଜିଲ୍ଲା ପୁଲିସ ରିଜର୍ଭ ପଡ଼ିଆଠାରେ ୧୦ ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏହି ଆତ୍ମସମର୍ପଣକାରୀଙ୍କ ମଧ୍ୟରେ ୭ ଜଣ ମହିଳା ଓ ୩ ଜଣ ପୁରୁଷ ରହିଛନ୍ତି । ରାଜ୍ୟ ପୁଲିସର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ଆତ୍ମସମର୍ପଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ADGP ସଞ୍ଜୀବ ପଣ୍ଡା, IGP ନିତି ଶେଖର, IGP ଦୀପକ କୁମାର, ବରିଷ୍ଠ ପୋଲିସ ଅଧିକାରୀ ଅମିତେନ୍ଦ୍ର, କନ୍ଧମାଳ ଏସପି ହରିଶ ବିଶି ପ୍ରମୁଖ ଉପସ୍ଥିତରେ ମାଓବାଦୀ ଆତ୍ମସମର୍ପଣ କରିଥିଲେ ।
ଆତ୍ମସମର୍ପଣ କରିଥିବା ପ୍ରମୁଖ ମାଓବାଦୀମାନେ ହେଲେ ଷ୍ଟେଟ କମିଟି ମେମ୍ବର ନୀତୁ, ଡିଭିଜନ କମିଟି ମେମ୍ବର ଅନୁପା, ଏରିଆ କମିଟି ମେମ୍ବର ସୁନୀଲ, ସୁନିତା, ପାର୍ଟି ମେମ୍ବର ଶିଳ୍ପା, ଯମୁନା, ଗଣେଶ କୁଞ୍ଜ, ସୁଶିଳା ଡୁଡି, ସରିତା କୁମ ଦାମ୍, ଚୁଡ଼ି ୟୋଗୀ ଓରଫ୍ ରଜନୀ । ଏହି ମାଓବାଦୀମାନେ ମାଓ ସଂଗଠନର କାର୍ଯ୍ୟଶୈଳୀରେ ଅସନ୍ତୁଷ୍ଟ ହୋଇ ଏବଂ ସରକାରଙ୍କ ଆତ୍ମସମର୍ପଣ ଓ ଥଇଥାନ ନୀତିରେ ଅନୁପ୍ରାଣିତ ହୋଇ ପୁଲିସ ନିକଟରେ ଶରଣ ପଶିଛନ୍ତି । ସରକାରୀ ନିୟମ ଅନୁଯାୟୀ, ସେମାନଙ୍କୁ ସମସ୍ତ ପ୍ରକାରର ଆର୍ଥିକ ସହାୟତା ଓ ଥଇଥାନ ସୁବିଧା ଯୋଗାଇ ଦିଆଯିବ ବୋଲି ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହା କନ୍ଧମାଳ ଜିଲ୍ଲା ଏବଂ ଆଖପାଖ ଅଞ୍ଚଳରେ ମାଓ ବିରୋଧୀ ଅଭିଯାନ ପାଇଁ ଏକ ବଡ଼ ସଫଳତା ଭାବେ ବିବେଚନା କରାଯାଉଛି ।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ