
ଭୁବନେଶ୍ୱର: ବିଧାନସଭାରେ ଉଠିଲା କିଟ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା । ନେପାଳୀ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିବାର ୧୧ ମାସ ପୂର୍ବରୁ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଥିଲେ । ୨୦୨୪ ମାର୍ଚ୍ଚ ୧୨ ତାରିଖରେ ସମ୍ପୃକ୍ତ ଛାତ୍ରୀ ଜଣକ ଅଭିଯୋଗ କରିଥିଲେ । ସମ୍ପୃକ୍ତ ଛାତ୍ରୀ ଜଣକ ସେକ୍ସୁଆଲ ହାରାସମେଣ୍ଟ ନେଇ ଅଭିଯୋଗ କରିଥିଲେ । ଏନେଇ ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ଜାରି ରଖିଛି । ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଧାୟକ ଦାସରଥୀ ଗମାଙ୍ଗୋଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି ।







