
ଭୁବନେଶ୍ଵର: ବିଧାନସଭା ବଜେଟ୍ ଅଧିବେଶନର ଆଜି ଦ୍ଵିତୀୟ ଦିନ। ତେବେ ଶୁକ୍ରବାର ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି। ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।
ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ । ଆଇନଶୃଙ୍ଖଳା ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରି କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ସେହିପରି କଟନୀଛଟନୀ ଅଭିଯୋଗରେ ବିେଜେଡି ସଦସ୍ୟମାନେ ହୋହାଲ୍ଲା କରିଥିଲେ । ଫଳରେ ବାଚସ୍ପତି ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।




