୧୨୮ ଡାକ୍ତରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର: ଦୀର୍ଘଦିନ ଧରି ଡାକ୍ତରଖାନା ଆସୁ ନାହାନ୍ତି କି ରୋଗୀସେବା କରୁନାହାନ୍ତି। ସ୍ବାସ୍ଥ୍ୟ ବିଭାଗର ନିର୍ଦେଶକୁ ବର୍ଷ ବର୍ଷ ଧରି ବେଖାତିର କରି ଚାଲିଛନ୍ତି। ଜଣେ କି ଦୁଇ ଜଣ ନୁହନ୍ତି, ଶତାଧିକ ଡାକ୍ତର ଏଭଳି ଭାବେ ସରକାରୀ କାର୍ଯ୍ୟକୁ ଅବହେଳା କରି ବେସରକାରୀ ସେବାରେ ବ୍ୟସ୍ତ ଅଛନ୍ତି। ଏଭଳି ଡାକ୍ତରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି। ସେହିପରି ୨୦୧୨ ମସିହାରୁ ରୋଗୀ ସେବାରୁ ଦୂରେଇ ରହିଥିବା ଜଣେ ଡାକ୍ତରଙ୍କୁ ସରକାରୀ ଚାକିରିରୁ ବହିଷ୍କାର କରିଛନ୍ତି।

ସୂଚନା ଅନୁସାରେ ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି। ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଥିଲା। କିନ୍ତୁ ସେମାନେ ନିଯୁକ୍ତି
ପାଇଥିବା ସ୍ଥାନରେ ଯୋଗ ଦେଲେ ନାହିଁ। ତେଣୁ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ସେହିପରି କନ୍ଧମାଳ ପୁଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀଙ୍କୁ ମୁଖ୍ୟମନ୍ତ୍ରୀ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି। ଡାକ୍ତର ପାଣିଗ୍ରାହୀ ୨୦୧୨ ପରଠାରୁ ଅନଧିକୃତ ଭାବେ ଅନୁପସ୍ଥିତ ରହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ବ ଦେଇ ନୂଆ ନୂଆ ଡାକ୍ତରଖାନା ଖୋଲୁଛନ୍ତି, ଡାକ୍ତରଖାନା ଗୁଡିକର ଆଧୁନିକୀକରଣ କରାଯାଉଛି ଏବଂ ସ୍ବାସ୍ଥ୍ୟ ଶିକ୍ଷା ପାଇଁ ନୂଆ ନୂଆ ମେଡିକାଲ କଲେଜ ମଧ୍ୟ ଖୋଲାଯାଉଛି। ତଥାପି ନିଯୁକ୍ତି ପାଇବା ପରେ ଅନେକ ଡାକ୍ତର କାର୍ଯ୍ୟରେ ଯୋଗ ନଦେଇ ଅନୁପସ୍ଥିତ ରହୁଛନ୍ତି। ଏହାକୁ କୌଣସି ପରିସ୍ଥିତିରେ ଗ୍ରହଣ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଶ୍ରୀମଦ୍ ଭାଗବତ ସପ୍ତାହ ଉଦଯାପିତ

    ନିମାପଡ଼ା: ନିମାପଡ଼ା ଏନଏସି ୯ ନଂ ୱାର୍ଡ ଅଣ୍ଢିଆସାହି ମା’ ଦକ୍ଷିଣେଶ୍ୱରୀଙ୍କ ପୀଠରେ ଶ୍ରୀମଦ୍ ଭାଗବତ ସପ୍ତାହ ଅନୁଷ୍ଠିତ ହୋଇଯାଇଛି । ଏହି ଧାର୍ମିକ ଉତ୍ସବକୁ ବାବାଜୀ ବୈକୁଣ୍ଠ ଦାସ ମହାରାଜ ଉଦ୍ଘାଟନ କରିଥିଲେ। ମା’ ଦକ୍ଷିଣେଶ୍ୱରୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…

    Continue reading
    ତ୍ରିନାଥ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

    ନିମାପଡ଼ା: ଏହି ବ୍ଲକ ଡେଣୁଅଁ ପଂଚାୟତ ଅନ୍ତର୍ଗତ ଆଳିପିଙ୍ଗଳ ଗ୍ରାମ ବାବା ବଟେଶ୍ଵର ଛକ ନିକଟରେ ତ୍ରିନାଥ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଘଣ୍ଟ,ହୁଳହୁଳି, ମନ୍ତ୍ର ଧ୍ବନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହେବା ସହ ଏକ ଭକ୍ତିମୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ