୧୨.୩୦ ସୁଦ୍ଧା ପୀଡ଼ିତାଙ୍କୁ ଏୟାର ଲିଫ୍ଟ

ଭୁବନେଶ୍ୱର: ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଆଜି ୧୨.୩୦ ସୁଦ୍ଧା ଏୟାର ଲିଫ୍ଟ କରାଯିବ । ଏନେଇ ଏମସ ନିଦେ୍ର୍ଧଶକ ଆଶୁତୋଷ ବିଶ୍ୱାସ ରବିବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି । ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବାରୁ ସ୍ୱାସ୍ଥ୍ୟରେ ସୁଧାର ଆସିଛି । ଏହାଛଡ଼ା ଡାକ୍ତରୀ ଦଳ ସହ ପରିବାର ସଦସ୍ୟ ମଧ୍ୟ ପୀଡ଼ିତାଙ୍କ ସହ ଦିଲ୍ଲୀ ଯିବେ ବୋଲି ଏମସ ନିଦେ୍ର୍ଧଶକ ଆଶୁତୋଷ ବିଶ୍ୱାସ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ହଠାତ୍ ଅଧାରାସ୍ତାରେ ୩ ଜଣ ଯୁବକ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ କରିଥିଲେ। ଯେଉଁଥିରେ ଛାତ୍ରୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ଏହାସହିତ ରାସ୍ତାରେ ୩ ଜଣ ଦୁର୍ବୃତ୍ତ ଅସଦାଚରଣ କରିଥିବା ଅଭିଯୋଗ ମଧ୍ୟ ଆସିଛି ।

ତେବେ ନିଆଁ ଲଗାଇଥିବା ଯୁବକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଛାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ଛାତ୍ରୀଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ବାକି ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ହେଲେ ବର୍ତ୍ତମାନ ଯାଏଁ ନିଆଁ ଲଗାଇବାର ସଠିକ୍ କାରଣ ଜଣାପଡିନାହିଁ ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ