୧୩ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହୋଇପାରେ । ଏହା ଉତ୍ତର, ପଶ୍ଚିମ ଦିଗରେ ମୁହାଁଇ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଯାଇପାରେ । ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିନପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ବିସ୍ତାରିତ ଆକଳନରୁ ଜଣାପଡ଼ିଛି ।
ସେପଟେ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ବିଦାୟ ପ୍ରକ୍ରିୟା ଆରମ୍ଭ ହୋଇଛି । ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କିଛି ଅଞ୍ଚଳରୁ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଆସନ୍ତା ୩ରୁ ୪ ଦିନରେ ପୂର୍ବ ଭାରତର ଆହୁରି କିଛି ଅଞ୍ଚଳରୁ ମୌସୁମୀ ବାୟୁ ବିଦାୟ ନେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୧୪ ତାରିଖ ଯାଏ ଦେଶରେ ସ୍ୱାଭାବିକଠାରୁ କମ୍‌ ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି । ସେହିଭଳି ୧୫ରୁ ୨୧ ତାରିଖ ଭିତରେ ପୂରା ଦେଶରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି ।
ଗୁରୁବାର ରାଜ୍ୟର ୫ଟି ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ବା ଏହାଠାରୁ ଅଧିକ ଥିଲା । ତାଳଚେରରେ ସର୍ବାଧିକ ୩୫.୬ ଡିଗ୍ରୀ ରେକର୍ଡ ହୋଇଛି । ପାରଳାଖେମୁଣ୍ଡିରେ ୩୫.୪ ଓ ଛତ୍ରପୁରରେ ୩୫.୧ ଡିଗ୍ରୀ ରେକର୍ଡ ହୋଇଛି । ୯ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ