୧୩ ବିଶ୍ୱ ବିଦ୍ୟାଳୟ ଓ ୩୨୮ ମହାବିଦ୍ୟାଳୟରେ ହେବ ନିର୍ବାଚନ

୩ ବିଶ୍ୱ ବିଦ୍ୟାଳୟ ଓ ୨୦୨ ମହାବିଦ୍ୟାଳୟରେ ହେବ ଚୟନ
ଭୁବନେଶ୍ୱର, ୭ ।୧୦ : ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୭ରେ ରାତି ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ, ୩୨୮ ମହାବିଦ୍ୟାଳୟ ଓ ୧୩ ବିଶ୍ୱ ବିଦ୍ୟାଳୟ, ସର୍ବମୋଟ ୩୪୧ ଉଚ୍ଚ ଶିକ୍ଷାନୁଷ୍ଠାନ ଛାତ୍ରନେତା ବାଛିବା ପାଇଁ ନିର୍ବାଚନ କରିବେ ।

ସେହିପରି ଭାବେ ୨୦୨ ମହାବିଦ୍ୟାଳୟ ଓ ୩ ବିଶ୍ୱ ବିଦ୍ୟାଳୟ, ସର୍ବମୋଟ ୨୦୫ ଉଚ୍ଚ ଶିକ୍ଷାନୁଷ୍ଠାନ ଚୟନ ପଦ୍ଧତିରେ ଛାତ୍ରନେତା ବାଛିବେ ବୋଲି ସୂଚନା ମିଳିଛି ।
୩ଟି ବିଶ୍ୱ ବିଦ୍ୟାଳୟ ଯଥା ଓଡ଼ିଆ ବିଶ୍ୱ ବିଦ୍ୟାଳୟ, ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟ ଛାତ୍ରନେତା ଚୟନ କରିବେ । ଅନ୍ୟ ୧୩ ବିଶ୍ୱ ବିଦ୍ୟାଳୟ ନିର୍ବାଚନ କରି ଛାତ୍ରନେତା ବାଛିବେ ।

ଆଜି ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶିତ ହେବା ପରେ ନିର୍ବାଚନ ପାଇଁ ଅକ୍ଟୋବର ୯ ତାରିଖ ସକାଳ ୧୦ଟାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଆଗ୍ରହୀ ପ୍ରାର୍ଥୀମାନେ ନୋମିନେସନ୍‌ ଦାଖଲ କରିପାରିବେ । ଅକ୍ଟୋବର ୯ ତାରିଖ ଅପରାହ୍ନ ୨ ଘଟିକାରୁ ୪ ଘଟିକା ପର୍ଯ୍ୟନ୍ତ ନୋମିନେସନ୍‌ ଯାଞ୍ଚ କରାଯିବ । ଅକ୍ଟୋବର ୯ ତାରିଖ ସନ୍ଧ୍ୟା ୫ ଘଟିକା ସମୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ତରଫରୁ ବୈଧ ନୋମିନେସନ୍‌ ତାଲିକା ପ୍ରକାଶିତ ହେବ ।

ଅକ୍ଟୋବର ୧୦ ସକାଳ ୧୦ ଘଟିକା ଠାରୁ ଦିବା ୧ ଘଟିକା ମଧ୍ୟରେ ଯେଉଁ ପ୍ରାର୍ଥୀ ନିଜର ନୋମିନେସନ୍‌ ପ୍ରତ୍ୟାହାର କରିବାକୁ ଚାହୁଁଥିବେ, ସେ ତାହାକୁ ପ୍ରତ୍ୟାହାର କରିପାରିବେ । ଅକ୍ଟୋବର ୧୦ ଅପରାହ୍ନ ୩ଟାରେ ଉଚ୍ଚ ଶିକ୍ଷାନୁଷ୍ଠାନ ତରଫରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶିତ ହେବ । ଅକ୍ଟୋବର ୧୪ରେ ହ୍ୱାଇ ଆଇ ଷ୍ଟାଣ୍ଡ ଫର ମିଟିଙ୍ଗ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ସକାଳ ୮ ଘଟିକାରୁ ଦିବା ୨ ଘଟିକା ପର୍ଯ୍ୟନ୍ତ ଭୋଟିଙ୍ଗ ହେବ । ଭୋଟିଙ୍ଗ ପରେ ଅକ୍ଟୋବର ୧୫ ଦିନ ହିଁ ଭୋଟ ଗଣତି ହେବା ସହ ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଘୋଷଣା କରାଯିବ । ଅକ୍ଟୋବର ୧୬ ତାରିଖ ଦିନ ବିଜୟୀ ଛାତ୍ରନେତାଙ୍କ ପାଇଁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ