୧୩ ମନ୍ତ୍ରୀଙ୍କୁ ମୋଟ ୩୦ ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ

ଭୁବନେଶ୍ୱର: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ୟ୍ୟକୁ ଆଗେଇ ନେବା ଓ ଲୋକଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ନିଜ ମନ୍ତ୍ରିପରିଷଦ ସହଯୋଗୀଙ୍କୁ ଦାୟିତ୍ୱ ବାଂଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଭାବେ ନାମିତ କରାଯାଇ ସେମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୧୩ଜଣ ମନ୍ତ୍ରୀଙ୍କୁ ମୋଟ ୩୦ଟି ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।ସେହିପରି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ଼ ଓ ଦେବଗଡ଼, ରବିନାରାୟଣ ନାଏକଙ୍କୁ ସୋନପୁର ଓ ବଲାଙ୍ଗୀର, ନିତ୍ୟାନନ୍ଦ ଗଣ୍ଡଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର, କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଅନୁଗୁଳ ଓ ସମ୍ବଲପୁର, ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଗଞ୍ଜାମ ଓ ଗଜପତି, ମୁକେଶ ମହାଲିଙ୍ଗଙ୍କୁ ଝାରସୁଗୁଡ଼ା ଓ ବରଗଡ଼, ବିଭୂତିଭୂଷଣ ଜେନାଙ୍କୁ ନବରଙ୍ଗପୁର ଓ ରାୟଗଡ଼ା, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ କନ୍ଧମାଳ ଓ ବୌଦ୍ଧ, ଗଣେଶରାମ ସିଂ ଖୁଂଟିଆଙ୍କୁ କଳାହାଣ୍ଡି ଓ ନୂଆପଡ଼ା,ସୂର୍ୟ୍ୟବଂଶୀ ସୂରଜଙ୍କୁ ଯାଜପୁର ଓ କେନ୍ଦ୍ରାପଡ଼ା, ପ୍ରଦୀପ ବଳ ସାମନ୍ତଙ୍କୁ ଖୋର୍ଦ୍ଧା ଓ ନୟାଗଡ଼, ଗୋକୁଳାନନ୍ଦ ମଲ୍ଲିକଙ୍କୁ କୋରାପୁଟ ଓ ମାଲକାନଗିରି, ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଢେଙ୍କାନାଳ ଓ ପୁରୀ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ନ୍ୟସ୍ତ ହୋଇଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ