
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରେ ପ୍ରାୟ ୧୪ ଦିନ ରଖି ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ମିଳିଥିବା ସୂଚନା ମୁତାବକ, ୧୪ ଦିନ ତଳେ ନାବାଳିକା ଜଣକ ହଠାତ୍ ନିଖୋଜ ହୋଇଯାଇଥିଲେ। ହେଲେ ନାବାଳିକ ଜଣକ କୌଶଳ କ୍ରମେ ଖସି ଆସି ଥାନାରେ ପହଞ୍ଚି ଘଟଣା ସଂକ୍ରାନ୍ତରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ପୋଲିସ ନାବାଳିକାଙ୍କ ବୟାନ ରେକର୍ଡ କରିଛି। ଏହି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।