୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ଭୁବନେଶ୍ୱର: କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା । କିଶୋରୀମାନଙ୍କୁ ସର୍ଭାଇକାଲ୍ କ୍ୟାନ୍ସରରୁ ସୁରକ୍ଷିତ ରଖିବା ପାଇଁ ଖୁବଶୀଘ୍ର ସାରା ଭାରତରେ HPV ବା ହ୍ୟୁମାନ ପାପିଲୋମା ଭାଇରସ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେଉଛି। ଓଡ଼ିଶାରେ ୨୮ ତାରିଖରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହେଇଛି । ୧୪ ବର୍ଷ ଯାଏଁ ଝିଅଙ୍କୁ ସିଙ୍ଗଲ ଡୋଜ୍ ଦିଆଯିବ । ୧୪ରୁ ବାହାଘର ପର୍ଯ୍ୟନ୍ତ ୩ଟି ଡୋଜ୍ ଦିଆଯିବ । ଏନେଇ ଗାଇଡଲାଇନ୍ ଆଣିଛନ୍ତି କେନ୍ଦ୍ର ସରକାର । ସରକାରଙ୍କ ଏହି ଯୋଜନା ମାଧ୍ୟମରେ ପ୍ରତିବର୍ଷ ଦେଶର ପ୍ରାୟ ୧.୧୫ କୋଟି ୧୪ ବର୍ଷର କିଶୋରୀଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଟିକାକରଣ କରାଯିବ ଏବଂ ଏହି ସୁବିଧା ସମସ୍ତ ସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ । ସେହିପରି ୨୦୨୬-୨୭ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନ ଆରମ୍ଭ କରିବେ । ଏଥିରେ ୩୧୧ କୋଟି ଟଙ୍କା ଖର୍ଚ୍ଚ ହେବ । ଯେଉଁଥିରେ ସବୁ ପ୍ରକାର କର୍କଟ ରୋଗ ପ୍ରତିହତ କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

  • Related Posts

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ମୁମ୍ବାଇ : ଜ୍ୟୋତିର୍ମୟୀ ନାୟକ, ଇଣ୍ଡିଆନ୍ ଆଇଡଲ୍ ସିଜିନ୍ 16ର ଚାମ୍ପିଅନ୍ ମୁକୁଟ ପିନ୍ଧାଇଛନ୍ତି, ଏବଂ ସେ ଟାଇଟଲ୍ ଜିତିଥିବା ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏଥିସହ ଇଣ୍ଡିଆନ୍ ଆଇଡଲ୍ 16 ବିଜେତା ଭାବେ ଜ୍ୟୋତିର୍ମୟୀ ନାୟକ…

    Continue reading
    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ରଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁଅଭିନନ୍ଦନ ଜଣାଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ