୧୫ ଜୁଲାଇରୁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଆବେଦନ

ଭୁବନେଶ୍ଵର : ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଆବେଦନ ତାରିଖ ଘୋଷଣା। ଏଥିପାଇଁ ଆବେଦନ ପ୍ରକ୍ରିୟା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହୋଇ ୧୪ ଅଗଷ୍ଟ ପର୍ଯ୍ୟନ୍ତ ଜାରି ରହିବ। ବରିଷ୍ଠ ନାଗରିକମାନଙ୍କ ଆଧ୍ୟାତ୍ମିକ ଆକାଂକ୍ଷା ଓ ତୀର୍ଥଯାତ୍ରାର ଅଭିଳାଷକୁ ପୂରଣ କରିବା ଲକ୍ଷ୍ୟରେ ସରକାର ଏହି ପଦକ୍ଷେପ ନେଇଛନ୍ତି। ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି।
ଓଡ଼ିଶା ଟୁରିଜିମ୍ ଏବଂ IRCTCର ସହଯୋଗରେ ଚଳିତ ବର୍ଷ ବରିଷ୍ଠ ନାଗରିକମାନଙ୍କୁ ବାରାଣସୀ-ଅଯୋଧ୍ୟା, ରାମେଶ୍ୱରମ୍-ମଦୁରାଇ ଏବଂ ହରିଦ୍ୱାର-ଋଷିକେଶ ଭଳି ପବିତ୍ର ତୀର୍ଥସ୍ଥଳୀ ଭ୍ରମଣର ସୁଯୋଗ ପ୍ରଦାନ କରାଯିବ। ଯାତ୍ରା ସମୟରେ ପରିବହନ, ରହଣି, ଖାଦ୍ୟପେୟ, ଯାତ୍ରୀ ବୀମା ଓ ଚିକିତ୍ସା ଆଦି ବ୍ୟବସ୍ଥା କରାଯିବ। ଉଲ୍ଲେଖଯୋଗ୍ୟ ଯେ, ଏହି ଯୋଜନା ଆରମ୍ଭ ହେବା ଦିନଠାରୁ ଏପର୍ଯ୍ୟନ୍ତ ୪୫,୫୫୫ ରୁ ଅଧିକ ବରିଷ୍ଠ ନାଗରିକ ଏହି ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଲାଭ ଉଠାଇ ଭାରତର ବିଭିନ୍ନ ପ୍ରସିଦ୍ଧ ତୀର୍ଥସ୍ଥଳୀ ଦର୍ଶନ କରିସାରିଛନ୍ତି।

* ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧୀନରେ ଆସନ୍ତା ୧୫ ଜୁଲାଇ ୨୦୨୬ ରୁ ୧୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଖୋଲା ରହିବ।

* ଯୋଗ୍ୟ ବରିଷ୍ଠ ନାଗରିକମାନେ ୱେବସାଇଟ୍ yatra.odisha.gov.in ମାଧ୍ୟମରେ ଅନଲାଇନରେ କିମ୍ବା ମାର୍ଗଦର୍ଶିକା ଅନୁଯାୟୀ ନିର୍ଦ୍ଧାରିତ ଅଫଲାଇନ୍ ମୋଡ୍ ମାଧ୍ୟମରେ ସେମାନଙ୍କର ଆବେଦନ ପତ୍ର ଦାଖଲ କରିପାରିବେ।

* ଏହି ମାର୍ଗଦର୍ଶିକାରେ ଯୋଜନାର ଯୋଗ୍ୟତା ମାପଦଣ୍ଡ, ଆବେଦନ ପ୍ରକ୍ରିୟା, ଚୟନ ପ୍ରକ୍ରିୟା ଏବଂ ଅନ୍ୟାନ୍ୟ କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ